20ଏହେତୁ ଏବେ ସଦାପ୍ରଭୁଙ୍କ ଛାମୁରୁ ଦୂରରେ ମୋହର ରକ୍ତ ଭୂମିରେ ପତିତ ନ ହେଉ। କାରଣ ଯେପରି କେହି ପର୍ବତରେ ତିତ୍ତିର ପକ୍ଷୀ ପଛେ ମୃଗୟା କରେ, ସେପରି ଇସ୍ରାଏଲର ରାଜା ଗୋଟିଏ ଡାଉଁଶର ଅନ୍ୱେଷଣରେ ବାହାର ହୋଇ ଆସିଅଛନ୍ତି।”
21ଏଥିରେ ଶାଉଲ କହିଲେ, “ମୁଁ ପାପ କଲି; ହେ ମୋହର ପୁତ୍ର ଦାଉଦ, ଫେରି ଆସ; ମୁଁ ତୁମ୍ଭକୁ ଆଉ ହିଂସା କରିବି ନାହିଁ, କାରଣ ଆଜି ମୋହର ପ୍ରାଣ ତୁମ୍ଭ ଦୃଷ୍ଟିରେ ବହୁମୂଲ୍ୟ ହେଲା; ଦେଖ, ମୁଁ ମୂର୍ଖତାର କର୍ମ କରିଅଛି ଓ ଅତିଶୟ ଭ୍ରାନ୍ତ ହୋଇଅଛି।”
22ତହିଁରେ ଦାଉଦ ଉତ୍ତର ଦେଇ କହିଲେ, “ମହାରାଜ, ଏ ବର୍ଚ୍ଛା ଦେଖନ୍ତୁ! ଯୁବାମାନଙ୍କ ମଧ୍ୟରୁ ଜଣେ ପାର ହୋଇ ଆସି ଏହା ନେଇ ଯାଉ।
23ପୁଣି, ସଦାପ୍ରଭୁ ପ୍ରତ୍ୟେକ ମନୁଷ୍ୟକୁ ତାହାର ଧାର୍ମିକତା ଓ ବିଶ୍ୱସ୍ତତା ପ୍ରମାଣେ ଫଳ ଦେଉନ୍ତୁ; ସଦାପ୍ରଭୁ ଆଜି ଆପଣଙ୍କୁ ମୋହର ହସ୍ତରେ ସମର୍ପଣ କଲେ ହେଁ ମୁଁ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କର ପ୍ରତିକୂଳରେ ହସ୍ତ ବିସ୍ତାର କରିବାକୁ ଇଚ୍ଛା କଲି ନାହିଁ।
24ଏହେତୁ ଦେଖନ୍ତୁ, ଆଜି ଯେପରି ମୋʼ ଦୃଷ୍ଟିରେ ଆପଣଙ୍କ ପ୍ରାଣ ବଡ଼ ହେଲା, ସେପରି ସଦାପ୍ରଭୁଙ୍କ ଦୃଷ୍ଟିରେ ମୋହର ପ୍ରାଣ ବଡ଼ ହେଉ ଓ ସେ ମୋତେ ସମସ୍ତ କ୍ଳେଶରୁ ଉଦ୍ଧାର କରନ୍ତୁ।”