ପ୍ରଥମ ଶାମୁୟେଲ 26

ପୁଣି, ସଦାପ୍ରଭୁ ପ୍ରତ୍ୟେକ ମନୁଷ୍ୟକୁ ତାହାର ଧାର୍ମିକତା ଓ ବିଶ୍ୱସ୍ତତା ପ୍ରମାଣେ ଫଳ ଦେଉନ୍ତୁ; ସଦାପ୍ରଭୁ ଆଜି ଆପଣଙ୍କୁ ମୋହର ହସ୍ତରେ ସମର୍ପଣ କଲେ ହେଁ ମୁଁ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କର ପ୍ରତିକୂଳରେ ହସ୍ତ ବିସ୍ତାର କରିବାକୁ ଇଚ୍ଛା କଲି ନାହିଁ।

1 Samuel 26:23 (UKJV) The LORD render to every man his righteousness and his faithfulness; for the LORD delivered you into my hand to day, but I would not stretch forth mine hand against the LORD's anointed.

21ଏଥିରେ ଶାଉଲ କହିଲେ, “ମୁଁ ପାପ କଲି; ହେ ମୋହର ପୁତ୍ର ଦାଉଦ, ଫେରି ଆସ; ମୁଁ ତୁମ୍ଭକୁ ଆଉ ହିଂସା କରିବି ନାହିଁ, କାରଣ ଆଜି ମୋହର ପ୍ରାଣ ତୁମ୍ଭ ଦୃଷ୍ଟିରେ ବହୁମୂଲ୍ୟ ହେଲା; ଦେଖ, ମୁଁ ମୂର୍ଖତାର କର୍ମ କରିଅଛି ଓ ଅତିଶୟ ଭ୍ରାନ୍ତ ହୋଇଅଛି।”

22ତହିଁରେ ଦାଉଦ ଉତ୍ତର ଦେଇ କହିଲେ, “ମହାରାଜ, ଏ ବର୍ଚ୍ଛା ଦେଖନ୍ତୁ! ଯୁବାମାନଙ୍କ ମଧ୍ୟରୁ ଜଣେ ପାର ହୋଇ ଆସି ଏହା ନେଇ ଯାଉ।

23ପୁଣି, ସଦାପ୍ରଭୁ ପ୍ରତ୍ୟେକ ମନୁଷ୍ୟକୁ ତାହାର ଧାର୍ମିକତା ଓ ବିଶ୍ୱସ୍ତତା ପ୍ରମାଣେ ଫଳ ଦେଉନ୍ତୁ; ସଦାପ୍ରଭୁ ଆଜି ଆପଣଙ୍କୁ ମୋହର ହସ୍ତରେ ସମର୍ପଣ କଲେ ହେଁ ମୁଁ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କର ପ୍ରତିକୂଳରେ ହସ୍ତ ବିସ୍ତାର କରିବାକୁ ଇଚ୍ଛା କଲି ନାହିଁ।

24ଏହେତୁ ଦେଖନ୍ତୁ, ଆଜି ଯେପରି ମୋʼ ଦୃଷ୍ଟିରେ ଆପଣଙ୍କ ପ୍ରାଣ ବଡ଼ ହେଲା, ସେପରି ସଦାପ୍ରଭୁଙ୍କ ଦୃଷ୍ଟିରେ ମୋହର ପ୍ରାଣ ବଡ଼ ହେଉ ଓ ସେ ମୋତେ ସମସ୍ତ କ୍ଳେଶରୁ ଉଦ୍ଧାର କରନ୍ତୁ।”

25ଏଥିରେ ଶାଉଲ ଦାଉଦଙ୍କୁ କହିଲେ, “ହେ ମୋହର ପୁତ୍ର ଦାଉଦ, ତୁମ୍ଭେ ଧନ୍ୟ; ତୁମ୍ଭେ ମହତ କର୍ମ କରିବ ଓ ଅବଶ୍ୟ କୃତକାର୍ଯ୍ୟ ହେବ।” ତହୁଁ ଦାଉଦ ଆପଣା ପଥରେ ଗଲେ ଓ ଶାଉଲ ଆପଣା ସ୍ଥାନକୁ ଫେରିଗଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.