ପ୍ରଥମ ଶାମୁୟେଲ 26

ଏଣୁ ଦାଉଦ ଚୋର ପଠାଇ ଶାଉଲ ନିଶ୍ଚୟ ଆସିଅଛନ୍ତି ବୋଲି ଜାଣିଲେ।

1 Samuel 26:4 (UKJV) David therefore sent out spies, and understood that Saul was come in very deed.

2ଏଥିରେ ଶାଉଲ ଉଠି ସୀଫ୍‍ ପ୍ରାନ୍ତରରେ ଦାଉଦଙ୍କୁ ଖୋଜିବା ପାଇଁ ଇସ୍ରାଏଲର ତିନି ସହସ୍ର ବଛା ଲୋକ ସଙ୍ଗେ ନେଇ ସୀଫ୍‍ ପ୍ରାନ୍ତରକୁ ଗଲେ।

3ପୁଣି, ଶାଉଲ ପଥ ପାର୍ଶ୍ୱରେ ମରୁଭୂମି ସମ୍ମୁଖସ୍ଥ ହଖୀଲା ପର୍ବତରେ ଛାଉଣି ସ୍ଥାପନ କଲେ। ମାତ୍ର ଦାଉଦ ପ୍ରାନ୍ତରରେ ବାସ କରୁଥିଲେ, ପୁଣି, ଶାଉଲ ତାଙ୍କ ପଛେ ପଛେ ପ୍ରାନ୍ତରକୁ ଆସିଅଛନ୍ତି, ଏହା ସେ ଦେଖିଲେ।

4ଏଣୁ ଦାଉଦ ଚୋର ପଠାଇ ଶାଉଲ ନିଶ୍ଚୟ ଆସିଅଛନ୍ତି ବୋଲି ଜାଣିଲେ।

5ଏଥିରେ ଦାଉଦ ଉଠି ଶାଉଲଙ୍କର ଛାଉଣି-ସ୍ଥାନକୁ ଆସିଲେ; ଆଉ ଦାଉଦ ଶାଉଲଙ୍କର ଓ ତାଙ୍କ ସେନାପତି ନେର୍‍ର ପୁତ୍ର ଅବ୍‍ନରର ଶୟନ ସ୍ଥାନ ଦେଖିଲେ; ଶାଉଲ ଶଗଡ଼ବନ୍ଦି ସ୍ଥାନ ମଧ୍ୟରେ ଶୋଇଥିଲେ ଓ ତାଙ୍କର ଚାରିଆଡ଼େ ଲୋକମାନେ ଛାଉଣି କରିଥିଲେ।

6ଏଥିରେ ଦାଉଦ ହିତ୍ତୀୟ ଅହୀମେଲକ୍‍କୁ ଓ ସରୁୟାର ପୁତ୍ର ଯୋୟାବର ଭ୍ରାତା ଅବୀଶୟକୁ ଉତ୍ତର ଦେଇ କହିଲେ, “ମୋʼ ସଙ୍ଗରେ ଛାଉଣିକୁ ଶାଉଲଙ୍କ ନିକଟକୁ କିଏ ଯିବ?” ତହିଁରେ ଅବୀଶୟ କହିଲା, “ମୁଁ ତୁମ୍ଭ ସଙ୍ଗେ ଯିବି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.