ପ୍ରଥମ ଶାମୁୟେଲ 26

ଏଥିରେ ଦାଉଦ ଉଠି ଶାଉଲଙ୍କର ଛାଉଣି-ସ୍ଥାନକୁ ଆସିଲେ; ଆଉ ଦାଉଦ ଶାଉଲଙ୍କର ଓ ତାଙ୍କ ସେନାପତି ନେର୍‍ର ପୁତ୍ର ଅବ୍‍ନରର ଶୟନ ସ୍ଥାନ ଦେଖିଲେ; ଶାଉଲ ଶଗଡ଼ବନ୍ଦି ସ୍ଥାନ ମଧ୍ୟରେ ଶୋଇଥିଲେ ଓ ତାଙ୍କର ଚାରିଆଡ଼େ ଲୋକମାନେ ଛାଉଣି କରିଥିଲେ।

1 Samuel 26:5 (UKJV) And David arose, and came to the place where Saul had pitched: and David beheld the place where Saul lay, and Abner the son of Ner, the captain of his host: and Saul lay in the trench, and the people pitched round about him.

3ପୁଣି, ଶାଉଲ ପଥ ପାର୍ଶ୍ୱରେ ମରୁଭୂମି ସମ୍ମୁଖସ୍ଥ ହଖୀଲା ପର୍ବତରେ ଛାଉଣି ସ୍ଥାପନ କଲେ। ମାତ୍ର ଦାଉଦ ପ୍ରାନ୍ତରରେ ବାସ କରୁଥିଲେ, ପୁଣି, ଶାଉଲ ତାଙ୍କ ପଛେ ପଛେ ପ୍ରାନ୍ତରକୁ ଆସିଅଛନ୍ତି, ଏହା ସେ ଦେଖିଲେ।

4ଏଣୁ ଦାଉଦ ଚୋର ପଠାଇ ଶାଉଲ ନିଶ୍ଚୟ ଆସିଅଛନ୍ତି ବୋଲି ଜାଣିଲେ।

5ଏଥିରେ ଦାଉଦ ଉଠି ଶାଉଲଙ୍କର ଛାଉଣି-ସ୍ଥାନକୁ ଆସିଲେ; ଆଉ ଦାଉଦ ଶାଉଲଙ୍କର ଓ ତାଙ୍କ ସେନାପତି ନେର୍‍ର ପୁତ୍ର ଅବ୍‍ନରର ଶୟନ ସ୍ଥାନ ଦେଖିଲେ; ଶାଉଲ ଶଗଡ଼ବନ୍ଦି ସ୍ଥାନ ମଧ୍ୟରେ ଶୋଇଥିଲେ ଓ ତାଙ୍କର ଚାରିଆଡ଼େ ଲୋକମାନେ ଛାଉଣି କରିଥିଲେ।

6ଏଥିରେ ଦାଉଦ ହିତ୍ତୀୟ ଅହୀମେଲକ୍‍କୁ ଓ ସରୁୟାର ପୁତ୍ର ଯୋୟାବର ଭ୍ରାତା ଅବୀଶୟକୁ ଉତ୍ତର ଦେଇ କହିଲେ, “ମୋʼ ସଙ୍ଗରେ ଛାଉଣିକୁ ଶାଉଲଙ୍କ ନିକଟକୁ କିଏ ଯିବ?” ତହିଁରେ ଅବୀଶୟ କହିଲା, “ମୁଁ ତୁମ୍ଭ ସଙ୍ଗେ ଯିବି।”

7ତହୁଁ ରାତ୍ରି ବେଳେ ଦାଉଦ ଓ ଅବୀଶୟ ଲୋକମାନଙ୍କ ନିକଟକୁ ଗଲେ; ଆଉ ଦେଖ, ଶାଉଲ ଶଗଡ଼ବନ୍ଦି ସ୍ଥାନ ମଧ୍ୟରେ ଶୟନ କରି ନିଦ୍ରିତ ହୋଇଅଛନ୍ତି, ତାଙ୍କର ବର୍ଚ୍ଛା ତାଙ୍କ ମସ୍ତକ ପାଖ ଭୂମିରେ ମରା ହୋଇଅଛି; ପୁଣି, ଅବ୍‍ନର ଓ ଲୋକମାନେ ତାଙ୍କର ଚାରିଆଡ଼େ ଶୋଇଅଛନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.