7ତହୁଁ ରାତ୍ରି ବେଳେ ଦାଉଦ ଓ ଅବୀଶୟ ଲୋକମାନଙ୍କ ନିକଟକୁ ଗଲେ; ଆଉ ଦେଖ, ଶାଉଲ ଶଗଡ଼ବନ୍ଦି ସ୍ଥାନ ମଧ୍ୟରେ ଶୟନ କରି ନିଦ୍ରିତ ହୋଇଅଛନ୍ତି, ତାଙ୍କର ବର୍ଚ୍ଛା ତାଙ୍କ ମସ୍ତକ ପାଖ ଭୂମିରେ ମରା ହୋଇଅଛି; ପୁଣି, ଅବ୍ନର ଓ ଲୋକମାନେ ତାଙ୍କର ଚାରିଆଡ଼େ ଶୋଇଅଛନ୍ତି।
8ସେତେବେଳେ ଅବୀଶୟ ଦାଉଦଙ୍କୁ କହିଲେ, “ପରମେଶ୍ୱର ଆଜି ଆପଣଙ୍କ ଶତ୍ରୁକୁ ଆପଣଙ୍କ ହସ୍ତରେ ସମର୍ପଣ କରିଅଛନ୍ତି; ଏଣୁ ଏବେ ଏହି ବର୍ଚ୍ଛାରେ ତାହାକୁ ଆଘାତ କରି ଏକାଥରକେ ଭୂମିରେ ବିଦ୍ଧ କରିବାକୁ ମୋତେ ଅନୁମତି ଦେଉନ୍ତୁ, ମୁଁ ତାହାକୁ ଦୁଇ ଥର ଆଘାତ କରିବି ନାହିଁ।”
9ଏଥିରେ ଦାଉଦ ଅବୀଶୟକୁ କହିଲେ, “ତାଙ୍କୁ ବିନାଶ କର ନାହିଁ, କାରଣ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କର ପ୍ରତିକୂଳରେ କିଏ ହସ୍ତ ବିସ୍ତାର କରି ନିର୍ଦ୍ଦୋଷ ହୋଇପାରେ?”
10ଆହୁରି ଦାଉଦ କହିଲେ, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସଦାପ୍ରଭୁ ତାଙ୍କୁ ଆଘାତ କରିବେ; ଅବା ତାଙ୍କର ମରଣ ଦିନ ଉପସ୍ଥିତ ହେବ; କିଅବା ସେ ଯୁଦ୍ଧକୁ ଯାଇ ବିନଷ୍ଟ ହେବେ।
11ମୁଁ ଯେ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କର ପ୍ରତିକୂଳରେ ହସ୍ତ ବିସ୍ତାର କରିବି, ଏହା ସଦାପ୍ରଭୁ ମୋʼ ଠାରୁ ଦୂର କରନ୍ତୁ; ମାତ୍ର ତୁମ୍ଭେ ତାଙ୍କ ମସ୍ତକ ପାଖରୁ ବର୍ଚ୍ଛା ଓ ଜଳପାତ୍ର ନେଇଆସ, ଆମ୍ଭେମାନେ ଯିବା।”