ପ୍ରଥମ ଶାମୁୟେଲ 27

ପୁଣି, ଦାଉଦ ଏପରି କରନ୍ତି ଓ ପଲେଷ୍ଟୀୟମାନଙ୍କ ଦେଶରେ ବାସ କରିବା ସମୟାବଧି ଏପରି କରିବାର ତାଙ୍କର ରୀତି ହୋଇଅଛି, “ଏହି କଥା କେହି ଅବା ଆମ୍ଭମାନଙ୍କ ବିରୁଦ୍ଧରେ କହିବ” ବୋଲି ଭାବି ଦାଉଦ ଗାଥ୍‍କୁ ଆଣିବା ପାଇଁ ପୁରୁଷ କି ସ୍ତ୍ରୀ କାହାକୁ ଜୀବିତ ରଖନ୍ତି ନାହିଁ।

1 Samuel 27:11 (UKJV) And David saved neither man nor woman alive, to bring tidings to Gath, saying, Lest they should inform against us, saying, So did David, and so will be his manner all the while he dwells in the country of the Philistines.

9ପୁଣି, ଦାଉଦ ସେହି ଦେଶ ନିବାସୀମାନଙ୍କୁ ଆଘାତ କରି ପୁରୁଷ ଓ ସ୍ତ୍ରୀ କାହାକୁ ହିଁ ଜୀବିତ ରଖନ୍ତି ନାହିଁ ଓ ମେଷ, ଗୋରୁ, ଗର୍ଦ୍ଦଭ, ଉଷ୍ଟ୍ର ଓ ବସ୍ତ୍ରାଦି ଲୁଟ କରି ଆଖୀଶ୍‍ ନିକଟକୁ ଫେରି ଆସନ୍ତି।

10ଏଥିରେ “ଆଜି ତୁମ୍ଭେମାନେ କେଉଁ ସ୍ଥାନ ଆକ୍ରମଣ କଲ” ବୋଲି ଆଖୀଶ୍‍ ପଚାରନ୍ତେ, ଦାଉଦ କହନ୍ତି, “ଯିହୁଦାର ଦକ୍ଷିଣାଞ୍ଚଳ ଓ ଯିରହମେଲୀୟମାନଙ୍କ ଦକ୍ଷିଣାଞ୍ଚଳ ଓ କେନୀୟମାନଙ୍କ ଦକ୍ଷିଣାଞ୍ଚଳ।”

11ପୁଣି, ଦାଉଦ ଏପରି କରନ୍ତି ଓ ପଲେଷ୍ଟୀୟମାନଙ୍କ ଦେଶରେ ବାସ କରିବା ସମୟାବଧି ଏପରି କରିବାର ତାଙ୍କର ରୀତି ହୋଇଅଛି, “ଏହି କଥା କେହି ଅବା ଆମ୍ଭମାନଙ୍କ ବିରୁଦ୍ଧରେ କହିବ” ବୋଲି ଭାବି ଦାଉଦ ଗାଥ୍‍କୁ ଆଣିବା ପାଇଁ ପୁରୁଷ କି ସ୍ତ୍ରୀ କାହାକୁ ଜୀବିତ ରଖନ୍ତି ନାହିଁ।

12ଏହେତୁ ଆଖୀଶ୍‍ ଦାଉଦଙ୍କୁ ବିଶ୍ୱାସ କରି କହିଲା, “ସେ ଆପଣା ଲୋକ ଇସ୍ରାଏଲ ନିକଟରେ ଆପଣାକୁ ନିତାନ୍ତ ଦୁର୍ଗନ୍ଧ ସ୍ୱରୂପ କରିଅଛି; ଏଣୁ ସେ ସର୍ବଦା ମୋହର ଦାସ ହୋଇ ରହିବ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.