10ଏଥିରେ “ଆଜି ତୁମ୍ଭେମାନେ କେଉଁ ସ୍ଥାନ ଆକ୍ରମଣ କଲ” ବୋଲି ଆଖୀଶ୍ ପଚାରନ୍ତେ, ଦାଉଦ କହନ୍ତି, “ଯିହୁଦାର ଦକ୍ଷିଣାଞ୍ଚଳ ଓ ଯିରହମେଲୀୟମାନଙ୍କ ଦକ୍ଷିଣାଞ୍ଚଳ ଓ କେନୀୟମାନଙ୍କ ଦକ୍ଷିଣାଞ୍ଚଳ।”
11ପୁଣି, ଦାଉଦ ଏପରି କରନ୍ତି ଓ ପଲେଷ୍ଟୀୟମାନଙ୍କ ଦେଶରେ ବାସ କରିବା ସମୟାବଧି ଏପରି କରିବାର ତାଙ୍କର ରୀତି ହୋଇଅଛି, “ଏହି କଥା କେହି ଅବା ଆମ୍ଭମାନଙ୍କ ବିରୁଦ୍ଧରେ କହିବ” ବୋଲି ଭାବି ଦାଉଦ ଗାଥ୍କୁ ଆଣିବା ପାଇଁ ପୁରୁଷ କି ସ୍ତ୍ରୀ କାହାକୁ ଜୀବିତ ରଖନ୍ତି ନାହିଁ।
12ଏହେତୁ ଆଖୀଶ୍ ଦାଉଦଙ୍କୁ ବିଶ୍ୱାସ କରି କହିଲା, “ସେ ଆପଣା ଲୋକ ଇସ୍ରାଏଲ ନିକଟରେ ଆପଣାକୁ ନିତାନ୍ତ ଦୁର୍ଗନ୍ଧ ସ୍ୱରୂପ କରିଅଛି; ଏଣୁ ସେ ସର୍ବଦା ମୋହର ଦାସ ହୋଇ ରହିବ।”