1ଏଥିଉତ୍ତାରେ ଦାଉଦ ମନେ ମନେ କହିଲେ, “ଏବେ ମୁଁ କୌଣସି ଦିନ ଶାଉଲଙ୍କ ହସ୍ତରେ ବିନଷ୍ଟ ହେବି; ପଲେଷ୍ଟୀୟମାନଙ୍କ ଦେଶକୁ ପଳାଇ ରକ୍ଷା ପାଇବା ବିନୁ ମୋହର ଆଉ କିଛି ଭଲ ଉପାୟ ନାହିଁ; ତହିଁରେ ଶାଉଲ ଇସ୍ରାଏଲର ସମସ୍ତ ଅଞ୍ଚଳରେ ମୋତେ ଖୋଜି ଖୋଜି ନିରାଶ ହେବେ; ଏହିରୂପେ ମୁଁ ତାଙ୍କ ହସ୍ତରୁ ରକ୍ଷା ପାଇବି।”
2ଏଉତ୍ତାରେ ଦାଉଦ ଓ ତାଙ୍କ ସଙ୍ଗରେ ଥିବା ଛଅ ଶହ ଲୋକ ଉଠି ପାର ହୋଇ ମୋୟାବର ପୁତ୍ର ଆଖୀଶ୍ ନାମକ ଗାଥ୍ର ରାଜା ନିକଟକୁ ଗଲେ।
3ପୁଣି, ଦାଉଦ ଓ ତାଙ୍କର ଲୋକମାନେ ପ୍ରତ୍ୟେକ ଜଣ ଆପଣା ଆପଣା ପରିବାର ସହିତ ଆଖୀଶ୍ ନିକଟରେ ଗାଥ୍ ନଗରରେ ବାସ କଲେ, ବିଶେଷତଃ ଦାଉଦ ଓ ଯିଷ୍ରିୟେଲୀୟା ଅହୀନୋୟମ୍ ଓ ନାବଲର ଭାର୍ଯ୍ୟା କର୍ମିଲୀୟା ଅବୀଗଲ ନାମ୍ନୀ ତାଙ୍କର ଏହି ଦୁଇ ଭାର୍ଯ୍ୟା ସେଠାରେ ବାସ କଲେ।
4ଏଣୁ ଦାଉଦ ଗାଥ୍କୁ ପଳାଇଅଛି, ଏହି କଥା ଶାଉଲଙ୍କୁ ଜଣାଇ ଦିଆଯାଆନ୍ତେ, ସେ ପୁନର୍ବାର ତାଙ୍କର ଆଉ ଅନ୍ୱେଷଣ କଲେ ନାହିଁ।