ପ୍ରଥମ ଶାମୁୟେଲ 27

ପୁଣି, ଦାଉଦ ଓ ତାଙ୍କର ଲୋକମାନେ ପ୍ରତ୍ୟେକ ଜଣ ଆପଣା ଆପଣା ପରିବାର ସହିତ ଆଖୀଶ୍‍ ନିକଟରେ ଗାଥ୍‍ ନଗରରେ ବାସ କଲେ, ବିଶେଷତଃ ଦାଉଦ ଓ ଯିଷ୍ରିୟେଲୀୟା ଅହୀନୋୟମ୍‍ ଓ ନାବଲର ଭାର୍ଯ୍ୟା କର୍ମିଲୀୟା ଅବୀଗଲ ନାମ୍ନୀ ତାଙ୍କର ଏହି ଦୁଇ ଭାର୍ଯ୍ୟା ସେଠାରେ ବାସ କଲେ।

1 Samuel 27:3 (UKJV) And David dwelt with Achish at Gath, he and his men, every man with his household, even David with his two wives, Ahinoam the Jezreelitess, and Abigail the Carmelitess, Nabal's wife.

1ଏଥିଉତ୍ତାରେ ଦାଉଦ ମନେ ମନେ କହିଲେ, “ଏବେ ମୁଁ କୌଣସି ଦିନ ଶାଉଲଙ୍କ ହସ୍ତରେ ବିନଷ୍ଟ ହେବି; ପଲେଷ୍ଟୀୟମାନଙ୍କ ଦେଶକୁ ପଳାଇ ରକ୍ଷା ପାଇବା ବିନୁ ମୋହର ଆଉ କିଛି ଭଲ ଉପାୟ ନାହିଁ; ତହିଁରେ ଶାଉଲ ଇସ୍ରାଏଲର ସମସ୍ତ ଅଞ୍ଚଳରେ ମୋତେ ଖୋଜି ଖୋଜି ନିରାଶ ହେବେ; ଏହିରୂପେ ମୁଁ ତାଙ୍କ ହସ୍ତରୁ ରକ୍ଷା ପାଇବି।”

2ଏଉତ୍ତାରେ ଦାଉଦ ଓ ତାଙ୍କ ସଙ୍ଗରେ ଥିବା ଛଅ ଶହ ଲୋକ ଉଠି ପାର ହୋଇ ମୋୟାବର ପୁତ୍ର ଆଖୀଶ୍‍ ନାମକ ଗାଥ୍‍ର ରାଜା ନିକଟକୁ ଗଲେ।

3ପୁଣି, ଦାଉଦ ଓ ତାଙ୍କର ଲୋକମାନେ ପ୍ରତ୍ୟେକ ଜଣ ଆପଣା ଆପଣା ପରିବାର ସହିତ ଆଖୀଶ୍‍ ନିକଟରେ ଗାଥ୍‍ ନଗରରେ ବାସ କଲେ, ବିଶେଷତଃ ଦାଉଦ ଓ ଯିଷ୍ରିୟେଲୀୟା ଅହୀନୋୟମ୍‍ ଓ ନାବଲର ଭାର୍ଯ୍ୟା କର୍ମିଲୀୟା ଅବୀଗଲ ନାମ୍ନୀ ତାଙ୍କର ଏହି ଦୁଇ ଭାର୍ଯ୍ୟା ସେଠାରେ ବାସ କଲେ।

4ଏଣୁ ଦାଉଦ ଗାଥ୍‍କୁ ପଳାଇଅଛି, ଏହି କଥା ଶାଉଲଙ୍କୁ ଜଣାଇ ଦିଆଯାଆନ୍ତେ, ସେ ପୁନର୍ବାର ତାଙ୍କର ଆଉ ଅନ୍ୱେଷଣ କଲେ ନାହିଁ।

5ଏଥିଉତ୍ତାରେ ଦାଉଦ ଆଖୀଶ୍‍କୁ କହିଲେ, “ଯେବେ ମୁଁ ଆପଣଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ତେବେ ମୋହର ବାସ ନିମନ୍ତେ ଦେଶର ଲୋକମାନେ କୌଣସି ନଗରରେ ମୋତେ ସ୍ଥାନ ଦେଉନ୍ତୁ; କାହିଁକି ଆପଣଙ୍କ ଦାସ ଆପଣଙ୍କ ସହିତ ରାଜଧାନୀରେ ବାସ କରିବ?”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.