4ଏଣୁ ଦାଉଦ ଗାଥ୍କୁ ପଳାଇଅଛି, ଏହି କଥା ଶାଉଲଙ୍କୁ ଜଣାଇ ଦିଆଯାଆନ୍ତେ, ସେ ପୁନର୍ବାର ତାଙ୍କର ଆଉ ଅନ୍ୱେଷଣ କଲେ ନାହିଁ।
5ଏଥିଉତ୍ତାରେ ଦାଉଦ ଆଖୀଶ୍କୁ କହିଲେ, “ଯେବେ ମୁଁ ଆପଣଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ତେବେ ମୋହର ବାସ ନିମନ୍ତେ ଦେଶର ଲୋକମାନେ କୌଣସି ନଗରରେ ମୋତେ ସ୍ଥାନ ଦେଉନ୍ତୁ; କାହିଁକି ଆପଣଙ୍କ ଦାସ ଆପଣଙ୍କ ସହିତ ରାଜଧାନୀରେ ବାସ କରିବ?”
6ତହିଁରେ ଆଖୀଶ୍ ସେହି ଦିନ ତାହାକୁ ସିକ୍ଲଗ୍ ନଗର ଦେଲା; ଏହି ହେତୁ ଆଜି ପର୍ଯ୍ୟନ୍ତ ସିକ୍ଲଗ୍ ଯିହୁଦା ରାଜାମାନଙ୍କ ଅଧିକାରରେ ଅଛି।
7ଦାଉଦ ପଲେଷ୍ଟୀୟମାନଙ୍କ ଦେଶରେ ବାସ କରିବା ଦିନର ସଂଖ୍ୟା ସମ୍ପୂର୍ଣ୍ଣ ଏକ ବର୍ଷ ଚାରି ମାସ ଥିଲା।
8ଏଥିମଧ୍ୟରେ ଦାଉଦ ଓ ତାଙ୍କର ଲୋକମାନେ ଯାଇ ଗଶୂରୀୟ ଓ ଗିଷରୀୟ ଓ ଅମାଲେକୀୟ ଲୋକମାନଙ୍କୁ ଆକ୍ରମଣ କରୁଥାଆନ୍ତି; କାରଣ ଶୂରର ସନ୍ନିକଟ ଓ ମିସର ପର୍ଯ୍ୟନ୍ତ ଯେଉଁ ଦେଶ, ତହିଁ ମଧ୍ୟରେ ପୂର୍ବକାଳରୁ ସେମାନେ ବାସ କରୁଥିଲେ।