ପ୍ରଥମ ଶାମୁୟେଲ 27

ଦାଉଦ ପଲେଷ୍ଟୀୟମାନଙ୍କ ଦେଶରେ ବାସ କରିବା ଦିନର ସଂଖ୍ୟା ସମ୍ପୂର୍ଣ୍ଣ ଏକ ବର୍ଷ ଚାରି ମାସ ଥିଲା।

1 Samuel 27:7 (UKJV) And the time that David dwelt in the country of the Philistines was a full year and four months.

5ଏଥିଉତ୍ତାରେ ଦାଉଦ ଆଖୀଶ୍‍କୁ କହିଲେ, “ଯେବେ ମୁଁ ଆପଣଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ତେବେ ମୋହର ବାସ ନିମନ୍ତେ ଦେଶର ଲୋକମାନେ କୌଣସି ନଗରରେ ମୋତେ ସ୍ଥାନ ଦେଉନ୍ତୁ; କାହିଁକି ଆପଣଙ୍କ ଦାସ ଆପଣଙ୍କ ସହିତ ରାଜଧାନୀରେ ବାସ କରିବ?”

6ତହିଁରେ ଆଖୀଶ୍‍ ସେହି ଦିନ ତାହାକୁ ସିକ୍ଲଗ୍‍ ନଗର ଦେଲା; ଏହି ହେତୁ ଆଜି ପର୍ଯ୍ୟନ୍ତ ସିକ୍ଲଗ୍‍ ଯିହୁଦା ରାଜାମାନଙ୍କ ଅଧିକାରରେ ଅଛି।

7ଦାଉଦ ପଲେଷ୍ଟୀୟମାନଙ୍କ ଦେଶରେ ବାସ କରିବା ଦିନର ସଂଖ୍ୟା ସମ୍ପୂର୍ଣ୍ଣ ଏକ ବର୍ଷ ଚାରି ମାସ ଥିଲା।

8ଏଥିମଧ୍ୟରେ ଦାଉଦ ଓ ତାଙ୍କର ଲୋକମାନେ ଯାଇ ଗଶୂରୀୟ ଓ ଗିଷରୀୟ ଓ ଅମାଲେକୀୟ ଲୋକମାନଙ୍କୁ ଆକ୍ରମଣ କରୁଥାଆନ୍ତି; କାରଣ ଶୂରର ସନ୍ନିକଟ ଓ ମିସର ପର୍ଯ୍ୟନ୍ତ ଯେଉଁ ଦେଶ, ତହିଁ ମଧ୍ୟରେ ପୂର୍ବକାଳରୁ ସେମାନେ ବାସ କରୁଥିଲେ।

9ପୁଣି, ଦାଉଦ ସେହି ଦେଶ ନିବାସୀମାନଙ୍କୁ ଆଘାତ କରି ପୁରୁଷ ଓ ସ୍ତ୍ରୀ କାହାକୁ ହିଁ ଜୀବିତ ରଖନ୍ତି ନାହିଁ ଓ ମେଷ, ଗୋରୁ, ଗର୍ଦ୍ଦଭ, ଉଷ୍ଟ୍ର ଓ ବସ୍ତ୍ରାଦି ଲୁଟ କରି ଆଖୀଶ୍‍ ନିକଟକୁ ଫେରି ଆସନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.