7ଦାଉଦ ପଲେଷ୍ଟୀୟମାନଙ୍କ ଦେଶରେ ବାସ କରିବା ଦିନର ସଂଖ୍ୟା ସମ୍ପୂର୍ଣ୍ଣ ଏକ ବର୍ଷ ଚାରି ମାସ ଥିଲା।
8ଏଥିମଧ୍ୟରେ ଦାଉଦ ଓ ତାଙ୍କର ଲୋକମାନେ ଯାଇ ଗଶୂରୀୟ ଓ ଗିଷରୀୟ ଓ ଅମାଲେକୀୟ ଲୋକମାନଙ୍କୁ ଆକ୍ରମଣ କରୁଥାଆନ୍ତି; କାରଣ ଶୂରର ସନ୍ନିକଟ ଓ ମିସର ପର୍ଯ୍ୟନ୍ତ ଯେଉଁ ଦେଶ, ତହିଁ ମଧ୍ୟରେ ପୂର୍ବକାଳରୁ ସେମାନେ ବାସ କରୁଥିଲେ।
9ପୁଣି, ଦାଉଦ ସେହି ଦେଶ ନିବାସୀମାନଙ୍କୁ ଆଘାତ କରି ପୁରୁଷ ଓ ସ୍ତ୍ରୀ କାହାକୁ ହିଁ ଜୀବିତ ରଖନ୍ତି ନାହିଁ ଓ ମେଷ, ଗୋରୁ, ଗର୍ଦ୍ଦଭ, ଉଷ୍ଟ୍ର ଓ ବସ୍ତ୍ରାଦି ଲୁଟ କରି ଆଖୀଶ୍ ନିକଟକୁ ଫେରି ଆସନ୍ତି।
10ଏଥିରେ “ଆଜି ତୁମ୍ଭେମାନେ କେଉଁ ସ୍ଥାନ ଆକ୍ରମଣ କଲ” ବୋଲି ଆଖୀଶ୍ ପଚାରନ୍ତେ, ଦାଉଦ କହନ୍ତି, “ଯିହୁଦାର ଦକ୍ଷିଣାଞ୍ଚଳ ଓ ଯିରହମେଲୀୟମାନଙ୍କ ଦକ୍ଷିଣାଞ୍ଚଳ ଓ କେନୀୟମାନଙ୍କ ଦକ୍ଷିଣାଞ୍ଚଳ।”
11ପୁଣି, ଦାଉଦ ଏପରି କରନ୍ତି ଓ ପଲେଷ୍ଟୀୟମାନଙ୍କ ଦେଶରେ ବାସ କରିବା ସମୟାବଧି ଏପରି କରିବାର ତାଙ୍କର ରୀତି ହୋଇଅଛି, “ଏହି କଥା କେହି ଅବା ଆମ୍ଭମାନଙ୍କ ବିରୁଦ୍ଧରେ କହିବ” ବୋଲି ଭାବି ଦାଉଦ ଗାଥ୍କୁ ଆଣିବା ପାଇଁ ପୁରୁଷ କି ସ୍ତ୍ରୀ କାହାକୁ ଜୀବିତ ରଖନ୍ତି ନାହିଁ।