10ଏଥିରେ ଶାଉଲ ସଦାପ୍ରଭୁଙ୍କ ନାମରେ ଶପଥ କରି ତାହାକୁ କହିଲେ, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଏହି କଥା ସକାଶୁ ତୁମ୍ଭ ପ୍ରତି କୌଣସି ଦଣ୍ଡ ବର୍ତ୍ତିବ ନାହିଁ।”
11ସେତେବେଳେ ସେହି ସ୍ତ୍ରୀ କହିଲା, “ମୁଁ କାହାକୁ ତୁମ୍ଭ କତିକି ଉଠାଇ ଆଣିବି?” ସେ କହିଲେ, “ମୋʼ କତିକି ଶାମୁୟେଲଙ୍କୁ ଉଠାଇ ଆଣ।”
12ଏଥିରେ ସେ ସ୍ତ୍ରୀ ଶାମୁୟେଲଙ୍କୁ ଦେଖି ଉଚ୍ଚସ୍ୱରରେ କ୍ରନ୍ଦନ କଲା, ଆଉ ସେ ଶାଉଲଙ୍କୁ କହିଲା, “ଆପଣ କାହିଁକି ମୋତେ ପ୍ରତାରଣା କଲେ? କାରଣ ଆପଣ ଶାଉଲ।”
13ତହୁଁ ରାଜା ତାହାକୁ କହିଲେ, “ଭୟ ନ କର; ତୁମ୍ଭେ କଅଣ ଦେଖୁଅଛ?” ତହିଁରେ ସେ ସ୍ତ୍ରୀ ଶାଉଲଙ୍କୁ କହିଲା, “ମୁଁ ଦେବଗଣ (ତୁଲ୍ୟ ଏକ ବ୍ୟକ୍ତି) ଭୂମିରୁ ଉଠି ଆସିବାର ଦେଖୁଅଛି।”
14ଏଥିରେ ଶାଉଲ ତାହାକୁ ପଚାରିଲେ, “ତାହାର ରୂପ କି ପ୍ରକାର?” ସେ କହିଲା, “ଜଣେ ବୃଦ୍ଧ ଲୋକ ଉଠି ଆସୁଅଛି; ସେ ଚୋଗାରେ ଆଚ୍ଛନ୍ନ!” ତହୁଁ ଶାଉଲ ଜାଣିଲେ ଯେ, ସେ ଶାମୁୟେଲ, ଏଣୁ ସେ ଭୂମିଷ୍ଠ ପ୍ରଣାମ କଲେ।