ପ୍ରଥମ ଶାମୁୟେଲ 28

ଏଥିରେ ଶାମୁୟେଲ କହିଲେ, “ସଦାପ୍ରଭୁ ତ ତୁମ୍ଭକୁ ତ୍ୟାଗ କରିଅଛନ୍ତି ଓ ତୁମ୍ଭର ବିପକ୍ଷ ହୋଇଅଛନ୍ତି, ତେବେ ତୁମ୍ଭେ ମୋତେ କାହିଁକି ପଚାରୁଅଛ?

1 Samuel 28:16 (UKJV) Then said Samuel, Wherefore then do you ask of me, seeing the LORD is departed from you, and is become yours enemy?

14ଏଥିରେ ଶାଉଲ ତାହାକୁ ପଚାରିଲେ, “ତାହାର ରୂପ କି ପ୍ରକାର?” ସେ କହିଲା, “ଜଣେ ବୃଦ୍ଧ ଲୋକ ଉଠି ଆସୁଅଛି; ସେ ଚୋଗାରେ ଆଚ୍ଛନ୍ନ!” ତହୁଁ ଶାଉଲ ଜାଣିଲେ ଯେ, ସେ ଶାମୁୟେଲ, ଏଣୁ ସେ ଭୂମିଷ୍ଠ ପ୍ରଣାମ କଲେ।

15ତହିଁରେ ଶାମୁୟେଲ ଶାଉଲଙ୍କୁ କହିଲେ, “ତୁମ୍ଭେ ମୋତେ ଉଠାଇ ଆଣି କାହିଁକି ବ୍ୟସ୍ତ କଲ?” ତହୁଁ ଶାଉଲ ଉତ୍ତର ଦେଲେ, “ମୁଁ ଅତ୍ୟନ୍ତ ବିପଦଗ୍ରସ୍ତ ହୋଇଅଛି; କାରଣ ପଲେଷ୍ଟୀୟମାନେ ମୋʼ ସଙ୍ଗେ ଯୁଦ୍ଧ କରୁଅଛନ୍ତି ଓ ପରମେଶ୍ୱର ମୋତେ ତ୍ୟାଗ କରିଅଛନ୍ତି, ପୁଣି, ମୋତେ ଆଉ ଉତ୍ତର ଦେଉ ନାହାନ୍ତି, ନା ଭବିଷ୍ୟଦ୍‍ବକ୍ତାମାନଙ୍କ ହାତରେ, ନା ସ୍ୱପ୍ନରେ (ଉତ୍ତର ଦେଉ ନାହାନ୍ତି); ଏଥିପାଇଁ ମୁଁ କଅଣ କରିବି, ଏହା ମୋତେ ଜଣାଇବା ପାଇଁ ମୁଁ ତୁମ୍ଭକୁ ଡକାଇଲି।”

16ଏଥିରେ ଶାମୁୟେଲ କହିଲେ, “ସଦାପ୍ରଭୁ ତ ତୁମ୍ଭକୁ ତ୍ୟାଗ କରିଅଛନ୍ତି ଓ ତୁମ୍ଭର ବିପକ୍ଷ ହୋଇଅଛନ୍ତି, ତେବେ ତୁମ୍ଭେ ମୋତେ କାହିଁକି ପଚାରୁଅଛ?

17ସଦାପ୍ରଭୁ ମୋʼ ଦ୍ୱାରା ଯେପରି କହିଥିଲେ, ସେ ଆପଣା ପାଇଁ ସେପରି କରିଅଛନ୍ତି; ପୁଣି, ସଦାପ୍ରଭୁ ତୁମ୍ଭ ହସ୍ତରୁ ରାଜତ୍ୱ ଟାଣି ଚିରିଅଛନ୍ତି ଓ ତୁମ୍ଭ ପ୍ରତିବାସୀ ଦାଉଦଙ୍କୁ ତାହା ଦେଇଅଛନ୍ତି।

18ଯେହେତୁ ତୁମ୍ଭେ ସଦାପ୍ରଭୁଙ୍କ ରବ ଶୁଣିଲ ନାହିଁ ଓ ଅମାଲେକ ପ୍ରତି ତାହାଙ୍କ ପ୍ରଚଣ୍ଡ କୋପ ସଫଳ କଲ ନାହିଁ, ଏହେତୁ ଆଜି ସଦାପ୍ରଭୁ ତୁମ୍ଭ ପ୍ରତି ଏହି କର୍ମ କରିଅଛନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.