15ତହିଁରେ ଶାମୁୟେଲ ଶାଉଲଙ୍କୁ କହିଲେ, “ତୁମ୍ଭେ ମୋତେ ଉଠାଇ ଆଣି କାହିଁକି ବ୍ୟସ୍ତ କଲ?” ତହୁଁ ଶାଉଲ ଉତ୍ତର ଦେଲେ, “ମୁଁ ଅତ୍ୟନ୍ତ ବିପଦଗ୍ରସ୍ତ ହୋଇଅଛି; କାରଣ ପଲେଷ୍ଟୀୟମାନେ ମୋʼ ସଙ୍ଗେ ଯୁଦ୍ଧ କରୁଅଛନ୍ତି ଓ ପରମେଶ୍ୱର ମୋତେ ତ୍ୟାଗ କରିଅଛନ୍ତି, ପୁଣି, ମୋତେ ଆଉ ଉତ୍ତର ଦେଉ ନାହାନ୍ତି, ନା ଭବିଷ୍ୟଦ୍ବକ୍ତାମାନଙ୍କ ହାତରେ, ନା ସ୍ୱପ୍ନରେ (ଉତ୍ତର ଦେଉ ନାହାନ୍ତି); ଏଥିପାଇଁ ମୁଁ କଅଣ କରିବି, ଏହା ମୋତେ ଜଣାଇବା ପାଇଁ ମୁଁ ତୁମ୍ଭକୁ ଡକାଇଲି।”
16ଏଥିରେ ଶାମୁୟେଲ କହିଲେ, “ସଦାପ୍ରଭୁ ତ ତୁମ୍ଭକୁ ତ୍ୟାଗ କରିଅଛନ୍ତି ଓ ତୁମ୍ଭର ବିପକ୍ଷ ହୋଇଅଛନ୍ତି, ତେବେ ତୁମ୍ଭେ ମୋତେ କାହିଁକି ପଚାରୁଅଛ?
17ସଦାପ୍ରଭୁ ମୋʼ ଦ୍ୱାରା ଯେପରି କହିଥିଲେ, ସେ ଆପଣା ପାଇଁ ସେପରି କରିଅଛନ୍ତି; ପୁଣି, ସଦାପ୍ରଭୁ ତୁମ୍ଭ ହସ୍ତରୁ ରାଜତ୍ୱ ଟାଣି ଚିରିଅଛନ୍ତି ଓ ତୁମ୍ଭ ପ୍ରତିବାସୀ ଦାଉଦଙ୍କୁ ତାହା ଦେଇଅଛନ୍ତି।
18ଯେହେତୁ ତୁମ୍ଭେ ସଦାପ୍ରଭୁଙ୍କ ରବ ଶୁଣିଲ ନାହିଁ ଓ ଅମାଲେକ ପ୍ରତି ତାହାଙ୍କ ପ୍ରଚଣ୍ଡ କୋପ ସଫଳ କଲ ନାହିଁ, ଏହେତୁ ଆଜି ସଦାପ୍ରଭୁ ତୁମ୍ଭ ପ୍ରତି ଏହି କର୍ମ କରିଅଛନ୍ତି।
19ଆହୁରି ସଦାପ୍ରଭୁ ତୁମ୍ଭ ସହିତ ଇସ୍ରାଏଲକୁ ମଧ୍ୟ ପଲେଷ୍ଟୀୟମାନଙ୍କ ହସ୍ତରେ ସମର୍ପଣ କରିବେ; ଏଣୁ କାଲି ତୁମ୍ଭେ ଓ ତୁମ୍ଭ ପୁତ୍ରମାନେ ଆମ୍ଭ ସଙ୍ଗୀ ହେବ; ମଧ୍ୟ ସଦାପ୍ରଭୁ ଇସ୍ରାଏଲର ସୈନ୍ୟସାମନ୍ତଙ୍କୁ ପଲେଷ୍ଟୀୟମାନଙ୍କ ହସ୍ତରେ ସମର୍ପଣ କରିବେ।”