ପ୍ରଥମ ଶାମୁୟେଲ 28

ତହିଁରେ ଦାଉଦ ଆଖୀଶ୍‍କୁ କହିଲେ, “ତାହାହେଲେ ଆପଣଙ୍କ ଦାସ କଅଣ କରିବ, ତାହା ଆପଣ ଜାଣିବେ।” ତେଣୁ ଆଖୀଶ୍‍ ଦାଉଦଙ୍କୁ କହିଲା, “ସେଥିପାଇଁ ମୁଁ ତୁମ୍ଭକୁ ଯାବଜ୍ଜୀବନ ଆପଣା ମସ୍ତକ-ରକ୍ଷକ କରିବି।”

1 Samuel 28:2 (UKJV) And David said to Achish, Surely you shall know what your servant can do. And Achish said to David, Therefore will I make you keeper of mine head for ever.

1ସେହି ସମୟରେ ଇସ୍ରାଏଲ ସହିତ ଯୁଦ୍ଧ କରିବା ନିମନ୍ତେ ପଲେଷ୍ଟୀୟମାନେ ସଂଗ୍ରାମ ପାଇଁ ଆପଣାମାନଙ୍କ ସୈନ୍ୟସାମନ୍ତ ସଂଗ୍ରହ କଲେ। ଏଣୁ ଆଖୀଶ୍‍ ଦାଉଦଙ୍କୁ କହିଲା, “ତୁମ୍ଭକୁ ଓ ତୁମ୍ଭ ଲୋକମାନଙ୍କୁ ସୈନ୍ୟସାମନ୍ତଭୁକ୍ତ ହୋଇ ମୋʼ ସଙ୍ଗେ ଯିବାକୁ ହେବ, ଏହା ତୁମ୍ଭେ ନିଶ୍ଚୟ ଜାଣ।”

2ତହିଁରେ ଦାଉଦ ଆଖୀଶ୍‍କୁ କହିଲେ, “ତାହାହେଲେ ଆପଣଙ୍କ ଦାସ କଅଣ କରିବ, ତାହା ଆପଣ ଜାଣିବେ।” ତେଣୁ ଆଖୀଶ୍‍ ଦାଉଦଙ୍କୁ କହିଲା, “ସେଥିପାଇଁ ମୁଁ ତୁମ୍ଭକୁ ଯାବଜ୍ଜୀବନ ଆପଣା ମସ୍ତକ-ରକ୍ଷକ କରିବି।”

3ଏହି ସମୟକୁ ଶାମୁୟେଲ ମରିଯାଇଥିଲେ ଓ ସମୁଦାୟ ଇସ୍ରାଏଲ ତାଙ୍କ ପାଇଁ ଶୋକ କରି ତାଙ୍କର ନିଜ ନଗର ରାମାରେ ତାଙ୍କୁ କବର ଦେଇଥିଲେ। ପୁଣି, ଶାଉଲ ଭୂତୁଡ଼ିଆ ଓ ଗୁଣିଆ ଲୋକମାନଙ୍କୁ ଦେଶରୁ ଦୂର କରି ଦେଇଥିଲେ।

4ଏଥିରେ ପଲେଷ୍ଟୀୟମାନେ ଏକତ୍ର ହୋଇ ଆସି ଶୂନେମରେ ଛାଉଣି ସ୍ଥାପନ କଲେ; ପୁଣି, ଶାଉଲ ସମସ୍ତ ଇସ୍ରାଏଲକୁ ଏକତ୍ର କରନ୍ତେ, ସେମାନେ ଗିଲ୍‍ବୋୟରେ ଛାଉଣି ସ୍ଥାପନ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.