ପ୍ରଥମ ଶାମୁୟେଲ 28

ମାତ୍ର ଶାଉଲ ପଲେଷ୍ଟୀୟମାନଙ୍କ ସୈନ୍ୟସାମନ୍ତ ଦେଖି ଭୀତ ହେଲେ ଓ ତାଙ୍କର ହୃଦୟ ଅତ୍ୟନ୍ତ କମ୍ପିତ ହେଲା।

1 Samuel 28:5 (UKJV) And when Saul saw the host of the Philistines, he was afraid, and his heart greatly trembled.

3ଏହି ସମୟକୁ ଶାମୁୟେଲ ମରିଯାଇଥିଲେ ଓ ସମୁଦାୟ ଇସ୍ରାଏଲ ତାଙ୍କ ପାଇଁ ଶୋକ କରି ତାଙ୍କର ନିଜ ନଗର ରାମାରେ ତାଙ୍କୁ କବର ଦେଇଥିଲେ। ପୁଣି, ଶାଉଲ ଭୂତୁଡ଼ିଆ ଓ ଗୁଣିଆ ଲୋକମାନଙ୍କୁ ଦେଶରୁ ଦୂର କରି ଦେଇଥିଲେ।

4ଏଥିରେ ପଲେଷ୍ଟୀୟମାନେ ଏକତ୍ର ହୋଇ ଆସି ଶୂନେମରେ ଛାଉଣି ସ୍ଥାପନ କଲେ; ପୁଣି, ଶାଉଲ ସମସ୍ତ ଇସ୍ରାଏଲକୁ ଏକତ୍ର କରନ୍ତେ, ସେମାନେ ଗିଲ୍‍ବୋୟରେ ଛାଉଣି ସ୍ଥାପନ କଲେ।

5ମାତ୍ର ଶାଉଲ ପଲେଷ୍ଟୀୟମାନଙ୍କ ସୈନ୍ୟସାମନ୍ତ ଦେଖି ଭୀତ ହେଲେ ଓ ତାଙ୍କର ହୃଦୟ ଅତ୍ୟନ୍ତ କମ୍ପିତ ହେଲା।

6ତହୁଁ ଶାଉଲ ସଦାପ୍ରଭୁଙ୍କ ନିକଟରେ ପଚାରନ୍ତେ, ସଦାପ୍ରଭୁ ତାଙ୍କୁ ଉତ୍ତର ଦେଲେ ନାହିଁ; ନା ସ୍ୱପ୍ନ ଦ୍ୱାରା, ନା ଊରୀମ୍‍ ଦ୍ୱାରା, ନା ଭବିଷ୍ୟଦ୍‍ବକ୍ତାମାନଙ୍କ ଦ୍ୱାରା।

7ତେବେ ଶାଉଲ ଆପଣା ଦାସମାନଙ୍କୁ କହିଲେ, “ମୋʼ ପାଇଁ ଗୋଟିଏ ଭୂତୁଡ଼ିଆ ସ୍ତ୍ରୀ ଖୋଜ, ମୁଁ ତାହା କତିକି ଯାଇ ତାହାଠାରୁ ବୁଝିବି।” ଏଥିରେ ତାଙ୍କର ଦାସମାନେ ତାଙ୍କୁ କହିଲେ, “ଦେଖନ୍ତୁ, ଐନ୍‍-ଦୋରରେ ଏକ ଭୂତୁଡ଼ିଆ ସ୍ତ୍ରୀ ଅଛି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.