4ଏଥିରେ ପଲେଷ୍ଟୀୟମାନେ ଏକତ୍ର ହୋଇ ଆସି ଶୂନେମରେ ଛାଉଣି ସ୍ଥାପନ କଲେ; ପୁଣି, ଶାଉଲ ସମସ୍ତ ଇସ୍ରାଏଲକୁ ଏକତ୍ର କରନ୍ତେ, ସେମାନେ ଗିଲ୍ବୋୟରେ ଛାଉଣି ସ୍ଥାପନ କଲେ।
5ମାତ୍ର ଶାଉଲ ପଲେଷ୍ଟୀୟମାନଙ୍କ ସୈନ୍ୟସାମନ୍ତ ଦେଖି ଭୀତ ହେଲେ ଓ ତାଙ୍କର ହୃଦୟ ଅତ୍ୟନ୍ତ କମ୍ପିତ ହେଲା।
6ତହୁଁ ଶାଉଲ ସଦାପ୍ରଭୁଙ୍କ ନିକଟରେ ପଚାରନ୍ତେ, ସଦାପ୍ରଭୁ ତାଙ୍କୁ ଉତ୍ତର ଦେଲେ ନାହିଁ; ନା ସ୍ୱପ୍ନ ଦ୍ୱାରା, ନା ଊରୀମ୍ ଦ୍ୱାରା, ନା ଭବିଷ୍ୟଦ୍ବକ୍ତାମାନଙ୍କ ଦ୍ୱାରା।
7ତେବେ ଶାଉଲ ଆପଣା ଦାସମାନଙ୍କୁ କହିଲେ, “ମୋʼ ପାଇଁ ଗୋଟିଏ ଭୂତୁଡ଼ିଆ ସ୍ତ୍ରୀ ଖୋଜ, ମୁଁ ତାହା କତିକି ଯାଇ ତାହାଠାରୁ ବୁଝିବି।” ଏଥିରେ ତାଙ୍କର ଦାସମାନେ ତାଙ୍କୁ କହିଲେ, “ଦେଖନ୍ତୁ, ଐନ୍-ଦୋରରେ ଏକ ଭୂତୁଡ଼ିଆ ସ୍ତ୍ରୀ ଅଛି।”
8ତହୁଁ ଶାଉଲ ଅନ୍ୟ ବସ୍ତ୍ର ପିନ୍ଧି ଛଦ୍ମବେଶ ଧରି ଦୁଇ ଜଣ ପୁରୁଷଙ୍କୁ ସଙ୍ଗେ ନେଇଗଲେ ଓ ସେମାନେ ରାତ୍ରି ବେଳେ ସେହି ସ୍ତ୍ରୀ ନିକଟରେ ଉପସ୍ଥିତ ହେଲେ; ତହୁଁ ଶାଉଲ କହିଲେ, “ତୁମ୍ଭେ ଭୂତ ଦ୍ୱାରା ମୋʼ ପାଇଁ ଟିକିଏ ମନ୍ତ୍ର ପଢ଼, ମୁଁ ତୁମ୍ଭକୁ ଯାହାଙ୍କର ନାମ କହିବି, ତାଙ୍କୁ ମୋʼ କତିକି ଉଠାଇ ଆଣ।”