7ତେବେ ଶାଉଲ ଆପଣା ଦାସମାନଙ୍କୁ କହିଲେ, “ମୋʼ ପାଇଁ ଗୋଟିଏ ଭୂତୁଡ଼ିଆ ସ୍ତ୍ରୀ ଖୋଜ, ମୁଁ ତାହା କତିକି ଯାଇ ତାହାଠାରୁ ବୁଝିବି।” ଏଥିରେ ତାଙ୍କର ଦାସମାନେ ତାଙ୍କୁ କହିଲେ, “ଦେଖନ୍ତୁ, ଐନ୍-ଦୋରରେ ଏକ ଭୂତୁଡ଼ିଆ ସ୍ତ୍ରୀ ଅଛି।”
8ତହୁଁ ଶାଉଲ ଅନ୍ୟ ବସ୍ତ୍ର ପିନ୍ଧି ଛଦ୍ମବେଶ ଧରି ଦୁଇ ଜଣ ପୁରୁଷଙ୍କୁ ସଙ୍ଗେ ନେଇଗଲେ ଓ ସେମାନେ ରାତ୍ରି ବେଳେ ସେହି ସ୍ତ୍ରୀ ନିକଟରେ ଉପସ୍ଥିତ ହେଲେ; ତହୁଁ ଶାଉଲ କହିଲେ, “ତୁମ୍ଭେ ଭୂତ ଦ୍ୱାରା ମୋʼ ପାଇଁ ଟିକିଏ ମନ୍ତ୍ର ପଢ଼, ମୁଁ ତୁମ୍ଭକୁ ଯାହାଙ୍କର ନାମ କହିବି, ତାଙ୍କୁ ମୋʼ କତିକି ଉଠାଇ ଆଣ।”
9ଏଥିରେ ସେ ସ୍ତ୍ରୀ କହିଲା, “ଦେଖ, ଶାଉଲ ଯାହା କରିଅଛି, କିପରି ସେ ଭୂତୁଡ଼ିଆ ଓ ଗୁଣିଆମାନଙ୍କୁ ଦେଶରୁ ଉଚ୍ଛିନ୍ନ କରିଅଛି, ତାହା ତୁମ୍ଭେ ଜାଣ; ଏଣୁ ମୋହର ମୃତ୍ୟୁୁ ଘଟାଇବା ପାଇଁ କାହିଁକି ମୋହର ପ୍ରାଣ ବିରୁଦ୍ଧରେ ଫାନ୍ଦ ପାତୁଅଛ?”
10ଏଥିରେ ଶାଉଲ ସଦାପ୍ରଭୁଙ୍କ ନାମରେ ଶପଥ କରି ତାହାକୁ କହିଲେ, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଏହି କଥା ସକାଶୁ ତୁମ୍ଭ ପ୍ରତି କୌଣସି ଦଣ୍ଡ ବର୍ତ୍ତିବ ନାହିଁ।”
11ସେତେବେଳେ ସେହି ସ୍ତ୍ରୀ କହିଲା, “ମୁଁ କାହାକୁ ତୁମ୍ଭ କତିକି ଉଠାଇ ଆଣିବି?” ସେ କହିଲେ, “ମୋʼ କତିକି ଶାମୁୟେଲଙ୍କୁ ଉଠାଇ ଆଣ।”