9ଏଥିରେ ଆଖୀଶ୍ ଦାଉଦଙ୍କୁ ଉତ୍ତର ଦେଇ କହିଲା, “ମୁଁ ଜାଣେ, ତୁମ୍ଭେ ମୋʼ ଦୃଷ୍ଟିରେ ପରମେଶ୍ୱରଙ୍କ ଦୂତ ପରି ଉତ୍ତମ; ତଥାପି ପଲେଷ୍ଟୀୟ ଅଧିପତିମାନେ କହୁଅଛନ୍ତି, ‘ସେ ଆମ୍ଭମାନଙ୍କ ସଙ୍ଗରେ ଯୁଦ୍ଧକୁ ଯିବ ନାହିଁ।’
10ଏହେତୁ ତୁମ୍ଭେ ଓ ତୁମ୍ଭ ସହିତ ଆଗତ ତୁମ୍ଭ ପ୍ରଭୁର ଦାସମାନେ ଅତି ପ୍ରଭାତରେ ଉଠ ଓ ଅତି ପ୍ରଭାତରେ ଉଠିଲାକ୍ଷଣି ଆଲୁଅ ହେଲେ ପ୍ରସ୍ଥାନ କର।”
11ତହିଁରେ ଦାଉଦ ଓ ତାଙ୍କର ଲୋକମାନେ ପ୍ରଭାତରେ ପ୍ରସ୍ଥାନ କରି ପଲେଷ୍ଟୀୟମାନଙ୍କ ଦେଶକୁ ଫେରିଯିବା ପାଇଁ ଶୀଘ୍ର ଉଠିଲେ। ଆଉ ପଲେଷ୍ଟୀୟମାନେ ଯିଷ୍ରିୟେଲକୁ ଗମନ କଲେ।