ପ୍ରଥମ ଶାମୁୟେଲ 29

ମାତ୍ର ପଲେଷ୍ଟୀୟ ଅଧିପତିମାନେ ତାହା ଉପରେ କ୍ରୁଦ୍ଧ ହେଲେ ଓ ପଲେଷ୍ଟୀୟ ଅଧିପତିମାନେ ତାହାକୁ କହିଲେ, “ତୁମ୍ଭେ ସେ ଲୋକକୁ ଫେରାଇ ଦିଅ, ତୁମ୍ଭେ ତାହା ପାଇଁ ଯେଉଁ ସ୍ଥାନ ନିରୂପଣ କରିଅଛ, ସେ ଆପଣାର ସେହି ସ୍ଥାନକୁ ଫେରିଯାଉ, ସେ ଆମ୍ଭମାନଙ୍କ ସଙ୍ଗରେ ଯୁଦ୍ଧକୁ ଯିବ ନାହିଁ, କେଜାଣି ଯୁଦ୍ଧ ସମୟରେ ସେ ଆମ୍ଭମାନଙ୍କର ବିପକ୍ଷ ହୋଇ ପଡ଼ିବ; ଏଇଟା ଆଉ କାହିଁରେ ଆପଣା ପ୍ରଭୁକୁ ପ୍ରସନ୍ନ କରିବ? କି ଏହି ଲୋକମାନଙ୍କ ମସ୍ତକ ଦ୍ୱାରା ନୁହେଁ?

1 Samuel 29:4 (UKJV) And the princes of the Philistines were angry with him; and the princes of the Philistines said unto him, Make this fellow return, that he may go again to his place which you have appointed him, and let him not go down with us to battle, lest in the battle he be an adversary to us: for wherewith should he reconcile himself unto his master? should it not be with the heads of these men?

2ଏଥିରେ ପଲେଷ୍ଟୀୟମାନଙ୍କ ଅଧିପତିମାନେ ଶତ ଶତ ଓ ସହସ୍ର ସହସ୍ର ସୈନ୍ୟ ନେଇ କ୍ରମେ କ୍ରମେ ଅଗ୍ରସର ହେଲେ; ଆଉ ଦାଉଦ ଓ ତାଙ୍କର ଲୋକମାନେ ଆଖୀଶ୍‍ ସହିତ ପଛେ ପଛେ ଅଗ୍ରସର ହେଲେ।

3ତହିଁରେ ପଲେଷ୍ଟୀୟ ଅଧିପତିମାନେ କହିଲେ, “ଏହି ଏବ୍ରୀୟମାନେ ଏଠାରେ କଅଣ କରୁଅଛନ୍ତି?” ତହୁଁ ଆଖୀଶ୍‍ ପଲେଷ୍ଟୀୟ ଅଧିପତିମାନଙ୍କୁ କହିଲେ, “ଏ କʼଣ ଇସ୍ରାଏଲର ରାଜା ଶାଉଲଙ୍କର ଦାସ ଦାଉଦ ନୁହେଁ? ସେ ଏତେ ଦିନ ଓ ଏତେ ବର୍ଷ ହେଲା ମୋʼ ସଙ୍ଗରେ ଅଛି ଓ ମୋହର ପକ୍ଷ ହେବା ଦିନଠାରୁ ଆଜି ପର୍ଯ୍ୟନ୍ତ ମୁଁ ତାହାଠାରେ କୌଣସି ଦୋଷ ପାଇ ନାହିଁ।”

4ମାତ୍ର ପଲେଷ୍ଟୀୟ ଅଧିପତିମାନେ ତାହା ଉପରେ କ୍ରୁଦ୍ଧ ହେଲେ ଓ ପଲେଷ୍ଟୀୟ ଅଧିପତିମାନେ ତାହାକୁ କହିଲେ, “ତୁମ୍ଭେ ସେ ଲୋକକୁ ଫେରାଇ ଦିଅ, ତୁମ୍ଭେ ତାହା ପାଇଁ ଯେଉଁ ସ୍ଥାନ ନିରୂପଣ କରିଅଛ, ସେ ଆପଣାର ସେହି ସ୍ଥାନକୁ ଫେରିଯାଉ, ସେ ଆମ୍ଭମାନଙ୍କ ସଙ୍ଗରେ ଯୁଦ୍ଧକୁ ଯିବ ନାହିଁ, କେଜାଣି ଯୁଦ୍ଧ ସମୟରେ ସେ ଆମ୍ଭମାନଙ୍କର ବିପକ୍ଷ ହୋଇ ପଡ଼ିବ; ଏଇଟା ଆଉ କାହିଁରେ ଆପଣା ପ୍ରଭୁକୁ ପ୍ରସନ୍ନ କରିବ? କି ଏହି ଲୋକମାନଙ୍କ ମସ୍ତକ ଦ୍ୱାରା ନୁହେଁ?

5ଏଇଟା କି ସେହି ଦାଉଦ ନୁହେଁ, ଯାହାର ବିଷୟ ଲୋକମାନେ ନୃତ୍ୟ କରୁ କରୁ ପରସ୍ପର ଗାନ କରି କହିଥିଲେ; ‘ଶାଉଲ ବଧ କଲେ ସହସ୍ର ସହସ୍ର, ଦାଉଦ ବଧ କଲେ ଅୟୁତ ଅୟୁତ?’”

6ଏଥିରେ ଆଖୀଶ୍‍ ଦାଉଦଙ୍କୁ ଡାକି କହିଲା, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତୁମ୍ଭେ ସରଳ ଲୋକ ଓ ମୋʼ ସହିତ ସୈନ୍ୟସାମନ୍ତ ମଧ୍ୟରେ ତୁମ୍ଭର ଗମନାଗମନ ମୋʼ ଦୃଷ୍ଟିରେ ଉତ୍ତମ; କାରଣ ତୁମ୍ଭେ ମୋʼ କତିକି ଆସିବା ଦିନଠାରୁ ଆଜି ପର୍ଯ୍ୟନ୍ତ ତୁମ୍ଭଠାରେ କୌଣସି ମନ୍ଦତା ପାଇ ନାହିଁ; ତଥାପି ଅଧିପତିମାନଙ୍କ ଦୃଷ୍ଟିରେ ତୁମ୍ଭେ ଉତ୍ତମ ନୁହଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.