ପ୍ରଥମ ଶାମୁୟେଲ 29

ଏଥିରେ ଆଖୀଶ୍‍ ଦାଉଦଙ୍କୁ ଡାକି କହିଲା, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତୁମ୍ଭେ ସରଳ ଲୋକ ଓ ମୋʼ ସହିତ ସୈନ୍ୟସାମନ୍ତ ମଧ୍ୟରେ ତୁମ୍ଭର ଗମନାଗମନ ମୋʼ ଦୃଷ୍ଟିରେ ଉତ୍ତମ; କାରଣ ତୁମ୍ଭେ ମୋʼ କତିକି ଆସିବା ଦିନଠାରୁ ଆଜି ପର୍ଯ୍ୟନ୍ତ ତୁମ୍ଭଠାରେ କୌଣସି ମନ୍ଦତା ପାଇ ନାହିଁ; ତଥାପି ଅଧିପତିମାନଙ୍କ ଦୃଷ୍ଟିରେ ତୁମ୍ଭେ ଉତ୍ତମ ନୁହଁ।

1 Samuel 29:6 (UKJV) Then Achish called David, and said unto him, Surely, as the LORD lives, you have been upright, and your going out and your coming in with me in the host is good in my sight: for I have not found evil in you since the day of your coming unto me unto this day: nevertheless the lords favour you not.

4ମାତ୍ର ପଲେଷ୍ଟୀୟ ଅଧିପତିମାନେ ତାହା ଉପରେ କ୍ରୁଦ୍ଧ ହେଲେ ଓ ପଲେଷ୍ଟୀୟ ଅଧିପତିମାନେ ତାହାକୁ କହିଲେ, “ତୁମ୍ଭେ ସେ ଲୋକକୁ ଫେରାଇ ଦିଅ, ତୁମ୍ଭେ ତାହା ପାଇଁ ଯେଉଁ ସ୍ଥାନ ନିରୂପଣ କରିଅଛ, ସେ ଆପଣାର ସେହି ସ୍ଥାନକୁ ଫେରିଯାଉ, ସେ ଆମ୍ଭମାନଙ୍କ ସଙ୍ଗରେ ଯୁଦ୍ଧକୁ ଯିବ ନାହିଁ, କେଜାଣି ଯୁଦ୍ଧ ସମୟରେ ସେ ଆମ୍ଭମାନଙ୍କର ବିପକ୍ଷ ହୋଇ ପଡ଼ିବ; ଏଇଟା ଆଉ କାହିଁରେ ଆପଣା ପ୍ରଭୁକୁ ପ୍ରସନ୍ନ କରିବ? କି ଏହି ଲୋକମାନଙ୍କ ମସ୍ତକ ଦ୍ୱାରା ନୁହେଁ?

5ଏଇଟା କି ସେହି ଦାଉଦ ନୁହେଁ, ଯାହାର ବିଷୟ ଲୋକମାନେ ନୃତ୍ୟ କରୁ କରୁ ପରସ୍ପର ଗାନ କରି କହିଥିଲେ; ‘ଶାଉଲ ବଧ କଲେ ସହସ୍ର ସହସ୍ର, ଦାଉଦ ବଧ କଲେ ଅୟୁତ ଅୟୁତ?’”

6ଏଥିରେ ଆଖୀଶ୍‍ ଦାଉଦଙ୍କୁ ଡାକି କହିଲା, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତୁମ୍ଭେ ସରଳ ଲୋକ ଓ ମୋʼ ସହିତ ସୈନ୍ୟସାମନ୍ତ ମଧ୍ୟରେ ତୁମ୍ଭର ଗମନାଗମନ ମୋʼ ଦୃଷ୍ଟିରେ ଉତ୍ତମ; କାରଣ ତୁମ୍ଭେ ମୋʼ କତିକି ଆସିବା ଦିନଠାରୁ ଆଜି ପର୍ଯ୍ୟନ୍ତ ତୁମ୍ଭଠାରେ କୌଣସି ମନ୍ଦତା ପାଇ ନାହିଁ; ତଥାପି ଅଧିପତିମାନଙ୍କ ଦୃଷ୍ଟିରେ ତୁମ୍ଭେ ଉତ୍ତମ ନୁହଁ।

7ଏଣୁ ଏବେ ଫେର ଓ କୁଶଳରେ ଯାଅ, ପଲେଷ୍ଟୀୟ ଅଧିପତିମାନଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ନ କର।”

8ତହୁଁ ଦାଉଦ ଆଖୀଶ୍‍କୁ କହିଲେ, “ମାତ୍ର ମୁଁ କଅଣ କଲି? ଓ ମୁଁ ଆପଣଙ୍କ ସମ୍ମୁଖରେ ଥିବା ଦିନାବଧି ଆଜି ପର୍ଯ୍ୟନ୍ତ ଆପଣଙ୍କ ଏହି ଦାସଠାରେ ଆପଣ କʼଣ ପାଇଲେ ଯେ, ମୁଁ ଯାଇ ମୋʼ ପ୍ରଭୁ ରାଜାଙ୍କ ଶତ୍ରୁମାନଙ୍କ ବିପକ୍ଷରେ ଯୁଦ୍ଧ କରିବି ନାହିଁ?”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.