5ଏଇଟା କି ସେହି ଦାଉଦ ନୁହେଁ, ଯାହାର ବିଷୟ ଲୋକମାନେ ନୃତ୍ୟ କରୁ କରୁ ପରସ୍ପର ଗାନ କରି କହିଥିଲେ; ‘ଶାଉଲ ବଧ କଲେ ସହସ୍ର ସହସ୍ର, ଦାଉଦ ବଧ କଲେ ଅୟୁତ ଅୟୁତ?’”
6ଏଥିରେ ଆଖୀଶ୍ ଦାଉଦଙ୍କୁ ଡାକି କହିଲା, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତୁମ୍ଭେ ସରଳ ଲୋକ ଓ ମୋʼ ସହିତ ସୈନ୍ୟସାମନ୍ତ ମଧ୍ୟରେ ତୁମ୍ଭର ଗମନାଗମନ ମୋʼ ଦୃଷ୍ଟିରେ ଉତ୍ତମ; କାରଣ ତୁମ୍ଭେ ମୋʼ କତିକି ଆସିବା ଦିନଠାରୁ ଆଜି ପର୍ଯ୍ୟନ୍ତ ତୁମ୍ଭଠାରେ କୌଣସି ମନ୍ଦତା ପାଇ ନାହିଁ; ତଥାପି ଅଧିପତିମାନଙ୍କ ଦୃଷ୍ଟିରେ ତୁମ୍ଭେ ଉତ୍ତମ ନୁହଁ।
7ଏଣୁ ଏବେ ଫେର ଓ କୁଶଳରେ ଯାଅ, ପଲେଷ୍ଟୀୟ ଅଧିପତିମାନଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ନ କର।”
8ତହୁଁ ଦାଉଦ ଆଖୀଶ୍କୁ କହିଲେ, “ମାତ୍ର ମୁଁ କଅଣ କଲି? ଓ ମୁଁ ଆପଣଙ୍କ ସମ୍ମୁଖରେ ଥିବା ଦିନାବଧି ଆଜି ପର୍ଯ୍ୟନ୍ତ ଆପଣଙ୍କ ଏହି ଦାସଠାରେ ଆପଣ କʼଣ ପାଇଲେ ଯେ, ମୁଁ ଯାଇ ମୋʼ ପ୍ରଭୁ ରାଜାଙ୍କ ଶତ୍ରୁମାନଙ୍କ ବିପକ୍ଷରେ ଯୁଦ୍ଧ କରିବି ନାହିଁ?”
9ଏଥିରେ ଆଖୀଶ୍ ଦାଉଦଙ୍କୁ ଉତ୍ତର ଦେଇ କହିଲା, “ମୁଁ ଜାଣେ, ତୁମ୍ଭେ ମୋʼ ଦୃଷ୍ଟିରେ ପରମେଶ୍ୱରଙ୍କ ଦୂତ ପରି ଉତ୍ତମ; ତଥାପି ପଲେଷ୍ଟୀୟ ଅଧିପତିମାନେ କହୁଅଛନ୍ତି, ‘ସେ ଆମ୍ଭମାନଙ୍କ ସଙ୍ଗରେ ଯୁଦ୍ଧକୁ ଯିବ ନାହିଁ।’