ପ୍ରଥମ ଶାମୁୟେଲ 29

ଏଥିରେ ଆଖୀଶ୍‍ ଦାଉଦଙ୍କୁ ଉତ୍ତର ଦେଇ କହିଲା, “ମୁଁ ଜାଣେ, ତୁମ୍ଭେ ମୋʼ ଦୃଷ୍ଟିରେ ପରମେଶ୍ୱରଙ୍କ ଦୂତ ପରି ଉତ୍ତମ; ତଥାପି ପଲେଷ୍ଟୀୟ ଅଧିପତିମାନେ କହୁଅଛନ୍ତି, ‘ସେ ଆମ୍ଭମାନଙ୍କ ସଙ୍ଗରେ ଯୁଦ୍ଧକୁ ଯିବ ନାହିଁ।’

1 Samuel 29:9 (UKJV) And Achish answered and said to David, I know that you are good in my sight, as an angel of God: notwithstanding the princes of the Philistines have said, He shall not go up with us to the battle.

7ଏଣୁ ଏବେ ଫେର ଓ କୁଶଳରେ ଯାଅ, ପଲେଷ୍ଟୀୟ ଅଧିପତିମାନଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ନ କର।”

8ତହୁଁ ଦାଉଦ ଆଖୀଶ୍‍କୁ କହିଲେ, “ମାତ୍ର ମୁଁ କଅଣ କଲି? ଓ ମୁଁ ଆପଣଙ୍କ ସମ୍ମୁଖରେ ଥିବା ଦିନାବଧି ଆଜି ପର୍ଯ୍ୟନ୍ତ ଆପଣଙ୍କ ଏହି ଦାସଠାରେ ଆପଣ କʼଣ ପାଇଲେ ଯେ, ମୁଁ ଯାଇ ମୋʼ ପ୍ରଭୁ ରାଜାଙ୍କ ଶତ୍ରୁମାନଙ୍କ ବିପକ୍ଷରେ ଯୁଦ୍ଧ କରିବି ନାହିଁ?”

9ଏଥିରେ ଆଖୀଶ୍‍ ଦାଉଦଙ୍କୁ ଉତ୍ତର ଦେଇ କହିଲା, “ମୁଁ ଜାଣେ, ତୁମ୍ଭେ ମୋʼ ଦୃଷ୍ଟିରେ ପରମେଶ୍ୱରଙ୍କ ଦୂତ ପରି ଉତ୍ତମ; ତଥାପି ପଲେଷ୍ଟୀୟ ଅଧିପତିମାନେ କହୁଅଛନ୍ତି, ‘ସେ ଆମ୍ଭମାନଙ୍କ ସଙ୍ଗରେ ଯୁଦ୍ଧକୁ ଯିବ ନାହିଁ।’

10ଏହେତୁ ତୁମ୍ଭେ ଓ ତୁମ୍ଭ ସହିତ ଆଗତ ତୁମ୍ଭ ପ୍ରଭୁର ଦାସମାନେ ଅତି ପ୍ରଭାତରେ ଉଠ ଓ ଅତି ପ୍ରଭାତରେ ଉଠିଲାକ୍ଷଣି ଆଲୁଅ ହେଲେ ପ୍ରସ୍ଥାନ କର।”

11ତହିଁରେ ଦାଉଦ ଓ ତାଙ୍କର ଲୋକମାନେ ପ୍ରଭାତରେ ପ୍ରସ୍ଥାନ କରି ପଲେଷ୍ଟୀୟମାନଙ୍କ ଦେଶକୁ ଫେରିଯିବା ପାଇଁ ଶୀଘ୍ର ଉଠିଲେ। ଆଉ ପଲେଷ୍ଟୀୟମାନେ ଯିଷ୍ରିୟେଲକୁ ଗମନ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.