ପ୍ରଥମ ଶାମୁୟେଲ 3

ଏହେତୁ ଏଲି ବଂଶର ଅପରାଧ, ବଳିଦାନ କି ନୈବେଦ୍ୟ ଦ୍ୱାରା ସଦାକାଳ ପରିଷ୍କୃତ ନୋହିବ ବୋଲି ଏଲି-ବଂଶ ବିଷୟରେ ଆମ୍ଭେ ଶପଥ କରିଅଛୁ।”

1 Samuel 3:14 (UKJV) And therefore I have sworn unto the house of Eli, that the iniquity of Eli's house shall not be purged with sacrifice nor offering for ever.

12ଆମ୍ଭେ ଏଲି ବିରୁଦ୍ଧରେ ତାହାର ପରିବାର ବିଷୟରେ ଯାହା ଯାହା କହିଅଛୁ, ସେସମସ୍ତ ପ୍ରଥମାବଧି ଶେଷ ପର୍ଯ୍ୟନ୍ତ ସେହି ଦିନ ସଫଳ କରିବା।

13ଯେହେତୁ ଯେଉଁ ଅପରାଧ ବିଷୟ ସେ ଜ୍ଞାତ ହେଲା, ତହିଁ ନିମନ୍ତେ ଆମ୍ଭେ ତାହାର ବଂଶକୁ ସର୍ବଦା ଦଣ୍ଡ ଦେବା ବୋଲି ତାହାକୁ କହିଅଛୁ, କାରଣ ତାହାର ପୁତ୍ରମାନେ ଆପଣାମାନଙ୍କୁ ଅଭିଶପ୍ତ କଲେ ହେଁ ସେ ସେମାନଙ୍କୁ ଦମନ କଲା ନାହିଁ।

14ଏହେତୁ ଏଲି ବଂଶର ଅପରାଧ, ବଳିଦାନ କି ନୈବେଦ୍ୟ ଦ୍ୱାରା ସଦାକାଳ ପରିଷ୍କୃତ ନୋହିବ ବୋଲି ଏଲି-ବଂଶ ବିଷୟରେ ଆମ୍ଭେ ଶପଥ କରିଅଛୁ।”

15ତହୁଁ ଶାମୁୟେଲ ପ୍ରଭାତ ପର୍ଯ୍ୟନ୍ତ ଶୟନ କଲେ, ତହିଁ ଉତ୍ତାରେ ସଦାପ୍ରଭୁଙ୍କ ଗୃହଦ୍ୱାର ଫିଟାଇଲେ। ପୁଣି, ଏଲିଙ୍କୁ ସେହି ଦର୍ଶନ ବିଷୟ ଜଣାଇବାକୁ ଶାମୁୟେଲ ଭୟ କଲେ।

16ପୁଣି, “ହେ ମୋହର ପୁତ୍ର ଶାମୁୟେଲ,” ଏହା କହି ଏଲି ଶାମୁୟେଲଙ୍କୁ ଡାକିଲେ। ତହିଁରେ ସେ ଉତ୍ତର ଦେଲେ, “ମୁଁ ଏଠାରେ ଅଛି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.