16ପୁଣି, “ହେ ମୋହର ପୁତ୍ର ଶାମୁୟେଲ,” ଏହା କହି ଏଲି ଶାମୁୟେଲଙ୍କୁ ଡାକିଲେ। ତହିଁରେ ସେ ଉତ୍ତର ଦେଲେ, “ମୁଁ ଏଠାରେ ଅଛି।”
17ତେବେ ସେ ପଚାରିଲେ, “ସଦାପ୍ରଭୁ ତୁମ୍ଭକୁ କି କଥା କହିଲେ? ବିନୟ କରୁଅଛି, ମୋʼ ଠାରୁ ତାହା ଗୁପ୍ତ ନ କର; ସେ ଯେସମସ୍ତ କଥା କହିଅଛନ୍ତି, ତହିଁରୁ କୌଣସି କଥା ତୁମ୍ଭେ ମୋʼ ଠାରୁ ଗୁପ୍ତ କଲେ, ପରମେଶ୍ୱର ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ତୁମ୍ଭକୁ ଦେଉନ୍ତୁ।”
18ତହିଁରେ ଶାମୁୟେଲ କିଛି ଗୁପ୍ତ ନ କରି ତାଙ୍କୁ ସବୁ କଥା ଜଣାଇଲେ। ତହୁଁ ସେ କହିଲେ, “ସେ ତ ସଦାପ୍ରଭୁ; ଯାହା ତାହାଙ୍କ ଦୃଷ୍ଟିରେ ଭଲ, ତାହା ସେ କରନ୍ତୁ।”
19ଏଥିଉତ୍ତାରେ ଶାମୁୟେଲ ବଢ଼ିଲେ ଓ ସଦାପ୍ରଭୁ ତାଙ୍କ ସଙ୍ଗେ ଥାଇ ଶାମୁୟେଲଙ୍କ କୌଣସି କଥା ତଳେ ପଡ଼ିବାକୁ ଦେଲେ ନାହିଁ।
20ତହିଁରେ ଶାମୁୟେଲ ଯେ ସଦାପ୍ରଭୁଙ୍କ ଭବିଷ୍ୟଦ୍ବକ୍ତା ହେବାକୁ ନିଯୁକ୍ତ ହୋଇଅଛନ୍ତି, ଏହା ଦାନ୍ଠାରୁ ବେର୍ଶେବା ପର୍ଯ୍ୟନ୍ତ ସମସ୍ତ ଇସ୍ରାଏଲ ଜ୍ଞାତ ହେଲେ।