ପ୍ରଥମ ଶାମୁୟେଲ 3

ଏଥିଉତ୍ତାରେ ଶାମୁୟେଲ ବଢ଼ିଲେ ଓ ସଦାପ୍ରଭୁ ତାଙ୍କ ସଙ୍ଗେ ଥାଇ ଶାମୁୟେଲଙ୍କ କୌଣସି କଥା ତଳେ ପଡ଼ିବାକୁ ଦେଲେ ନାହିଁ।

1 Samuel 3:19 (UKJV) And Samuel grew, and the LORD was with him, and did let none of his words fall to the ground.

17ତେବେ ସେ ପଚାରିଲେ, “ସଦାପ୍ରଭୁ ତୁମ୍ଭକୁ କି କଥା କହିଲେ? ବିନୟ କରୁଅଛି, ମୋʼ ଠାରୁ ତାହା ଗୁପ୍ତ ନ କର; ସେ ଯେସମସ୍ତ କଥା କହିଅଛନ୍ତି, ତହିଁରୁ କୌଣସି କଥା ତୁମ୍ଭେ ମୋʼ ଠାରୁ ଗୁପ୍ତ କଲେ, ପରମେଶ୍ୱର ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ତୁମ୍ଭକୁ ଦେଉନ୍ତୁ।”

18ତହିଁରେ ଶାମୁୟେଲ କିଛି ଗୁପ୍ତ ନ କରି ତାଙ୍କୁ ସବୁ କଥା ଜଣାଇଲେ। ତହୁଁ ସେ କହିଲେ, “ସେ ତ ସଦାପ୍ରଭୁ; ଯାହା ତାହାଙ୍କ ଦୃଷ୍ଟିରେ ଭଲ, ତାହା ସେ କରନ୍ତୁ।”

19ଏଥିଉତ୍ତାରେ ଶାମୁୟେଲ ବଢ଼ିଲେ ଓ ସଦାପ୍ରଭୁ ତାଙ୍କ ସଙ୍ଗେ ଥାଇ ଶାମୁୟେଲଙ୍କ କୌଣସି କଥା ତଳେ ପଡ଼ିବାକୁ ଦେଲେ ନାହିଁ।

20ତହିଁରେ ଶାମୁୟେଲ ଯେ ସଦାପ୍ରଭୁଙ୍କ ଭବିଷ୍ୟଦ୍‍ବକ୍ତା ହେବାକୁ ନିଯୁକ୍ତ ହୋଇଅଛନ୍ତି, ଏହା ଦାନ୍‍ଠାରୁ ବେର୍‍ଶେବା ପର୍ଯ୍ୟନ୍ତ ସମସ୍ତ ଇସ୍ରାଏଲ ଜ୍ଞାତ ହେଲେ।

21ଆହୁରି ସଦାପ୍ରଭୁ ଶୀଲୋରେ ପୁନର୍ବାର ଦର୍ଶନ ଦେଲେ; କାରଣ ସଦାପ୍ରଭୁ ଶୀଲୋରେ ଶାମୁୟେଲଙ୍କ ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଆପଣାକୁ ପ୍ରକାଶ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.