18ତହିଁରେ ଶାମୁୟେଲ କିଛି ଗୁପ୍ତ ନ କରି ତାଙ୍କୁ ସବୁ କଥା ଜଣାଇଲେ। ତହୁଁ ସେ କହିଲେ, “ସେ ତ ସଦାପ୍ରଭୁ; ଯାହା ତାହାଙ୍କ ଦୃଷ୍ଟିରେ ଭଲ, ତାହା ସେ କରନ୍ତୁ।”
19ଏଥିଉତ୍ତାରେ ଶାମୁୟେଲ ବଢ଼ିଲେ ଓ ସଦାପ୍ରଭୁ ତାଙ୍କ ସଙ୍ଗେ ଥାଇ ଶାମୁୟେଲଙ୍କ କୌଣସି କଥା ତଳେ ପଡ଼ିବାକୁ ଦେଲେ ନାହିଁ।
20ତହିଁରେ ଶାମୁୟେଲ ଯେ ସଦାପ୍ରଭୁଙ୍କ ଭବିଷ୍ୟଦ୍ବକ୍ତା ହେବାକୁ ନିଯୁକ୍ତ ହୋଇଅଛନ୍ତି, ଏହା ଦାନ୍ଠାରୁ ବେର୍ଶେବା ପର୍ଯ୍ୟନ୍ତ ସମସ୍ତ ଇସ୍ରାଏଲ ଜ୍ଞାତ ହେଲେ।
21ଆହୁରି ସଦାପ୍ରଭୁ ଶୀଲୋରେ ପୁନର୍ବାର ଦର୍ଶନ ଦେଲେ; କାରଣ ସଦାପ୍ରଭୁ ଶୀଲୋରେ ଶାମୁୟେଲଙ୍କ ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଆପଣାକୁ ପ୍ରକାଶ କଲେ।