2ଏହି ସମୟରେ ଏଲିଙ୍କର ଚକ୍ଷୁ ଧନ୍ଦଳା ହେବାକୁ ଲାଗିଲା, ଏଣୁ ସେ ଦେଖି ପାରିଲେ ନାହିଁ। ଏକ ଦିନ ସେ ଆପଣା ସ୍ଥାନରେ ଶୋଇଥିଲେ
3ଓ ପରମେଶ୍ୱରଙ୍କ ସିନ୍ଦୁକ ଯେଉଁ ସ୍ଥାନରେ ଥାଏ, ଏପରି ସଦାପ୍ରଭୁଙ୍କ ମନ୍ଦିରରେ ପରମେଶ୍ୱରଙ୍କ ପ୍ରଦୀପ ଲିଭିବା ପୂର୍ବେ ଯେତେବେଳେ ଶାମୁୟେଲ ଶୋଇଥିଲେ,
4ସେତେବେଳେ ସଦାପ୍ରଭୁ ଶାମୁୟେଲଙ୍କୁ ଡାକିଲେ; ସେ କହିଲେ, “ମୁଁ ଏଠାରେ ଅଛି।”
5ପୁଣି, ସେ ଏଲିଙ୍କ ନିକଟକୁ ଧାଇଁଯାଇ କହିଲେ, “ମୁଁ ଏଠାରେ ଅଛି, ଆପଣ ମୋତେ ଡାକିଲେ ପରା?” ସେ କହିଲେ, “ମୁଁ ଡାକି ନାହିଁ; ଫେରିଯାଇ ଶୁଅ।” ତହୁଁ ସେ ଯାଇ ଶୋଇଲେ;
6ଏଉତ୍ତାରେ ସଦାପ୍ରଭୁ “ଶାମୁୟେଲ” ବୋଲି ପୁନର୍ବାର ଡାକିଲେ। ତହୁଁ ଶାମୁୟେଲ ଉଠି ଏଲିଙ୍କ ନିକଟକୁ ଯାଇ କହିଲେ, “ମୁଁ ଏଠାରେ ଅଛି, ଆପଣ ମୋତେ ଡାକିଲେ ପରା?” ସେ ଉତ୍ତର ଦେଲେ, “ହେ ପୁତ୍ର, ମୁଁ ଡାକି ନାହିଁ; ଫେରିଯାଇ ଶୁଅ।”