3ଓ ପରମେଶ୍ୱରଙ୍କ ସିନ୍ଦୁକ ଯେଉଁ ସ୍ଥାନରେ ଥାଏ, ଏପରି ସଦାପ୍ରଭୁଙ୍କ ମନ୍ଦିରରେ ପରମେଶ୍ୱରଙ୍କ ପ୍ରଦୀପ ଲିଭିବା ପୂର୍ବେ ଯେତେବେଳେ ଶାମୁୟେଲ ଶୋଇଥିଲେ,
4ସେତେବେଳେ ସଦାପ୍ରଭୁ ଶାମୁୟେଲଙ୍କୁ ଡାକିଲେ; ସେ କହିଲେ, “ମୁଁ ଏଠାରେ ଅଛି।”
5ପୁଣି, ସେ ଏଲିଙ୍କ ନିକଟକୁ ଧାଇଁଯାଇ କହିଲେ, “ମୁଁ ଏଠାରେ ଅଛି, ଆପଣ ମୋତେ ଡାକିଲେ ପରା?” ସେ କହିଲେ, “ମୁଁ ଡାକି ନାହିଁ; ଫେରିଯାଇ ଶୁଅ।” ତହୁଁ ସେ ଯାଇ ଶୋଇଲେ;
6ଏଉତ୍ତାରେ ସଦାପ୍ରଭୁ “ଶାମୁୟେଲ” ବୋଲି ପୁନର୍ବାର ଡାକିଲେ। ତହୁଁ ଶାମୁୟେଲ ଉଠି ଏଲିଙ୍କ ନିକଟକୁ ଯାଇ କହିଲେ, “ମୁଁ ଏଠାରେ ଅଛି, ଆପଣ ମୋତେ ଡାକିଲେ ପରା?” ସେ ଉତ୍ତର ଦେଲେ, “ହେ ପୁତ୍ର, ମୁଁ ଡାକି ନାହିଁ; ଫେରିଯାଇ ଶୁଅ।”
7ସେସମୟରେ ଶାମୁୟେଲ ସଦାପ୍ରଭୁଙ୍କର ପରିଚୟ ପାଇ ନ ଥିଲେ, କିଅବା ସଦାପ୍ରଭୁଙ୍କ ବାକ୍ୟ ତାଙ୍କ ପ୍ରତି ପ୍ରକାଶିତ ହୋଇ ନ ଥିଲା।