9ତହୁଁ ଦାଉଦ ଓ ତାଙ୍କର ସଙ୍ଗୀ ଛଅ ଶହ ଲୋକ ଯାଇ ବିଷୋର ନଦୀ ନିକଟରେ ଉପସ୍ଥିତ ହେଲେ, ସେଠାରେ ପଶ୍ଚାତ୍ ପରିତ୍ୟକ୍ତ ଲୋକମାନେ ରହିଗଲେ।
10ମାତ୍ର ଦାଉଦ ଓ ଚାରି ଶହ ଲୋକ ପଛେ ପଛେ ଗୋଡ଼ାଇଲେ; କାରଣ ଦୁଇ ଶହ ଲୋକ ଏପରି କ୍ଳାନ୍ତ ହୋଇଥିଲେ ଯେ, ସେମାନେ ବିଷୋର ନଦୀ ପାର ହୋଇ ନ ପାରି ପଛରେ ରହିଗଲେ।
11ଏଉତ୍ତାରେ ଲୋକମାନେ କ୍ଷେତ୍ରରେ ଜଣେ ମିସରୀୟକୁ ପାଇ ଦାଉଦଙ୍କ ନିକଟକୁ ଆଣିଲେ ଓ ତାହାକୁ ଆହାର ଦିଅନ୍ତେ ସେ ଭୋଜନ କଲା; ମଧ୍ୟ ସେମାନେ ପାନ କରିବା ପାଇଁ ତାହାକୁ ଜଳ ଦେଲେ;
12ପୁଣି, ସେମାନେ ତାହାକୁ ଡିମ୍ବିରିଚକ୍ତିରୁ ଏକ ଖଣ୍ଡ ଓ ଦୁଇ ପେଣ୍ଡା ଦ୍ରାକ୍ଷା ଦେଲେ; ଆଉ ସେ ଭୋଜନ କରନ୍ତେ ଚେତନା ପାଇଲା, କାରଣ ସେ ତିନି ଦିନ ତିନି ରାତ୍ରି କିଛି ଆହାର କରି ନ ଥିଲା, କି କିଛି ଜଳ ପାନ କରି ନ ଥିଲା।
13ଏଥିରେ ଦାଉଦ ତାହାକୁ ପଚାରିଲେ, “ତୁମ୍ଭେ କାହାର ଲୋକ? ଓ ତୁମ୍ଭେ କେଉଁଠାରୁ ଆସିଅଛ?” ତହୁଁ ସେ କହିଲା, “ମୁଁ ଜଣେ ମିସରୀୟ ଯୁବା ଓ ଏକ ଅମାଲେକୀୟ ଲୋକର ଦାସ; ପୁଣି, ତିନି ଦିନ ହେଲା ମୁଁ ପୀଡ଼ିତ ହେବାରୁ ମୋହର ମୁନିବ ମୋତେ ଛାଡ଼ି ଚାଲିଗଲା।