13ଏଥିରେ ଦାଉଦ ତାହାକୁ ପଚାରିଲେ, “ତୁମ୍ଭେ କାହାର ଲୋକ? ଓ ତୁମ୍ଭେ କେଉଁଠାରୁ ଆସିଅଛ?” ତହୁଁ ସେ କହିଲା, “ମୁଁ ଜଣେ ମିସରୀୟ ଯୁବା ଓ ଏକ ଅମାଲେକୀୟ ଲୋକର ଦାସ; ପୁଣି, ତିନି ଦିନ ହେଲା ମୁଁ ପୀଡ଼ିତ ହେବାରୁ ମୋହର ମୁନିବ ମୋତେ ଛାଡ଼ି ଚାଲିଗଲା।
14ଆମ୍ଭେମାନେ କରେଥୀୟମାନଙ୍କ ଦକ୍ଷିଣାଞ୍ଚଳ ଆକ୍ରମଣ କଲୁ ଓ ଆମ୍ଭେମାନେ ସିକ୍ଲଗ୍କୁ ଅଗ୍ନିରେ ଓ ଯିହୁଦାର ଅଧିକାର ଓ କାଲେବର ଦକ୍ଷିଣାଞ୍ଚଳ ଦଗ୍ଧ କଲୁ।”
15ତହିଁରେ ଦାଉଦ ତାହାକୁ କହିଲେ, “ତୁମ୍ଭେ କʼଣ ଆମ୍ଭକୁ ସେହି ସୈନ୍ୟଦଳ ନିକଟକୁ ନେଇଯିବ?” ତହୁଁ ସେ କହିଲା, “ତୁମ୍ଭେ ଯେ ମୋତେ ବଧ କରିବ ନାହିଁ, ଅବା ମୋହର ମୁନିବ ହସ୍ତରେ ମୋତେ ସମର୍ପଣ କରିବ ନାହିଁ, ଏହା ପରମେଶ୍ୱରଙ୍କ ନାମରେ ଶପଥ କର, ତେବେ ମୁଁ ସେହି ସୈନ୍ୟଦଳ ନିକଟକୁ ତୁମ୍ଭକୁ ନେଇଯିବି।”
16ଏଉତ୍ତାରେ ସେ ତାଙ୍କୁ ନେଇଯାଆନ୍ତେ, ଦେଖ, ପଲେଷ୍ଟୀୟମାନଙ୍କର ଓ ଯିହୁଦାର ଦେଶରୁ ପ୍ରଚୁର ଲୁଟଦ୍ରବ୍ୟ ଆଣିଥିବାରୁ ସେମାନେ ଭୂମିଯାକ ବ୍ୟାପି ଭୋଜନପାନ ଓ ଉତ୍ସବ କରୁଅଛନ୍ତି।
17ଏହେତୁ ଦାଉଦ ଗୋଧୂଳି ସମୟାବଧି ପରଦିନ ସନ୍ଧ୍ୟା ପର୍ଯ୍ୟନ୍ତ ସେମାନଙ୍କୁ ଆଘାତ କଲେ; ଆଉ ଯେଉଁ ଚାରି ଶହ ଯୁବା ଲୋକ ଓଟ ଚଢ଼ି ପଳାଇଲେ, ସେମାନଙ୍କ ଛଡ଼ା ସେହି ଲୋକମାନଙ୍କ ମଧ୍ୟରୁ; ଜଣେ ଅବଶିଷ୍ଟ ରହିଲା ନାହିଁ।