1ଏଉତ୍ତାରେ ଦାଉଦ ଓ ତାଙ୍କର ଲୋକମାନେ ତୃତୀୟ ଦିନରେ ସିକ୍ଲଗ୍ ନଗରରେ ଉପସ୍ଥିତ ହେଲେ, ସେସମୟକୁ ଅମାଲେକୀୟ ଲୋକମାନେ ଦକ୍ଷିଣାଞ୍ଚଳ ଓ ସିକ୍ଲଗ୍ ଆକ୍ରମଣ କରିଥିଲେ ଓ ସିକ୍ଲଗ୍କୁ ଆଘାତ କରି ଅଗ୍ନିରେ ଦଗ୍ଧ କରିଥିଲେ।
2ପୁଣି, ତନ୍ମଧ୍ୟସ୍ଥିତ ସ୍ତ୍ରୀମାନଙ୍କୁ ଓ ସାନ ବଡ଼ ସମସ୍ତଙ୍କୁ ବନ୍ଦୀ କରି ନେଇ ଯାଇଥିଲେ; ସେମାନେ କାହାକୁ ବଧ ନ କରି ସମସ୍ତଙ୍କୁ ନେଇ ଆପଣା ପଥରେ ଚାଲି ଯାଇଥିଲେ।
3ପୁଣି, ଦାଉଦ ଓ ତାଙ୍କର ଲୋକମାନେ ନଗରରେ ଉପସ୍ଥିତ ହୁଅନ୍ତେ, ଦେଖ, ନଗର ଅଗ୍ନିରେ ଦଗ୍ଧ ଓ ସେମାନଙ୍କ ଭାର୍ଯ୍ୟା, ପୁତ୍ର ଓ କନ୍ୟାଗଣ ବନ୍ଦୀ ରୂପେ ନୀତ ହୋଇଅଛନ୍ତି।
4ତହୁଁ ଦାଉଦ ଓ ତାଙ୍କର ସଙ୍ଗୀ ଲୋକମାନେ ଆପଣା ଆପଣା ରବ ଉଠାଇ ରୋଦନ କଲେ, ଏପରି କି ଆଉ ରୋଦନ କରିବାକୁ ସେମାନଙ୍କଠାରେ କିଛି ବଳ ରହିଲା ନାହିଁ।