ପ୍ରଥମ ଶାମୁୟେଲ 30

ସେତେବେଳେ ଦାଉଦଙ୍କ ସଙ୍ଗରେ ଯେଉଁମାନେ ଯାଇଥିଲେ, ସେମାନଙ୍କ ମଧ୍ୟରୁ ଦୁଷ୍ଟ ଓ ପାପାଧମ ମନୁଷ୍ୟ ସମସ୍ତେ ଉତ୍ତର ଦେଇ କହିଲେ, “ସେମାନେ ଆମ୍ଭ ସଙ୍ଗରେ ଗଲେ ନାହିଁ, ଏଥିପାଇଁ ଆମ୍ଭେମାନେ ପ୍ରାପ୍ତ ଲୁଟଦ୍ରବ୍ୟରୁ ସେମାନଙ୍କୁ କିଛି ଦେବୁ ନାହିଁ, କେବଳ ସେମାନଙ୍କର ପ୍ରତ୍ୟେକ ଲୋକକୁ ତାହାର ଭାର୍ଯ୍ୟା ଓ ସନ୍ତାନସନ୍ତତି ଦେବୁ, ସେମାନେ ତାଙ୍କୁ ନେଇ ଚାଲିଯାଆନ୍ତୁ।”

1 Samuel 30:22 (UKJV) Then answered all the wicked men and men of Belial, of those that went with David, and said, Because they went not with us, we will not give them ought of the spoil that we have recovered, save to every man his wife and his children, that they may lead them away, and depart.

20ଆଉ ସେମାନେ ନିଜ ପଶୁପଲ ଆଗେ ଆଗେ ଯେଉଁ ଅନ୍ୟ ଗୋମେଷାଦି ପଲ ଅଡ଼ାଇ ନେଉଥିଲେ, ଦାଉଦ ସେସବୁ ନେଲେ, ପୁଣି, ଲୋକମାନେ କହିଲେ, ଏ ଦାଉଦଙ୍କ ଲୁଟଦ୍ରବ୍ୟ।

21ଏଉତ୍ତାରେ ଅତି କ୍ଳାନ୍ତ ହୋଇ ଦାଉଦଙ୍କର ପଛେ ପଛେ ଯାଇ ନ ପାରିବାରୁ ଯେଉଁ ଦୁଇ ଶହ ଲୋକଙ୍କୁ ସେମାନେ ବିଷୋର ନଦୀ ନିକଟରେ ରଖି ଯାଇଥିଲେ, ଦାଉଦ ସେମାନଙ୍କ ନିକଟକୁ ଗଲେ; ତହୁଁ ସେମାନେ ଦାଉଦଙ୍କୁ ଭେଟିବାକୁ ଓ ତାଙ୍କ ସଙ୍ଗୀ ଲୋକମାନଙ୍କୁ ଭେଟିବାକୁ ବାହାରିଲେ; ପୁଣି, ଦାଉଦ ଲୋକମାନଙ୍କ ନିକଟବର୍ତ୍ତୀ ହୋଇ ସେମାନଙ୍କୁ କୁଶଳବାର୍ତ୍ତା ପଚାରିଲେ।

22ସେତେବେଳେ ଦାଉଦଙ୍କ ସଙ୍ଗରେ ଯେଉଁମାନେ ଯାଇଥିଲେ, ସେମାନଙ୍କ ମଧ୍ୟରୁ ଦୁଷ୍ଟ ଓ ପାପାଧମ ମନୁଷ୍ୟ ସମସ୍ତେ ଉତ୍ତର ଦେଇ କହିଲେ, “ସେମାନେ ଆମ୍ଭ ସଙ୍ଗରେ ଗଲେ ନାହିଁ, ଏଥିପାଇଁ ଆମ୍ଭେମାନେ ପ୍ରାପ୍ତ ଲୁଟଦ୍ରବ୍ୟରୁ ସେମାନଙ୍କୁ କିଛି ଦେବୁ ନାହିଁ, କେବଳ ସେମାନଙ୍କର ପ୍ରତ୍ୟେକ ଲୋକକୁ ତାହାର ଭାର୍ଯ୍ୟା ଓ ସନ୍ତାନସନ୍ତତି ଦେବୁ, ସେମାନେ ତାଙ୍କୁ ନେଇ ଚାଲିଯାଆନ୍ତୁ।”

23ଏଥିରେ ଦାଉଦ ସେମାନଙ୍କୁ କହିଲେ, “ହେ ମୋହର ଭ୍ରାତୃଗଣ, ଯେଉଁ ସଦାପ୍ରଭୁ ଆମ୍ଭମାନଙ୍କୁ ରକ୍ଷା କରି ଆମ୍ଭମାନଙ୍କ ପ୍ରତିକୂଳଗାମୀ ସୈନ୍ୟଦଳକୁ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କଲେ, ସେ ଆମ୍ଭମାନଙ୍କୁ ଯାହା ଦେଇଅଛନ୍ତି, ତାହା ନେଇ ତୁମ୍ଭମାନଙ୍କର ଏରୂପ କରିବା ଉଚିତ ନୁହେଁ।

24ପୁଣି, ଏ ବିଷୟରେ ତୁମ୍ଭମାନଙ୍କର କଥା କିଏ ଶୁଣିବ? କାରଣ ଯୁଦ୍ଧକୁ ଗମନକାରୀ ଲୋକ ଯେପରି ଆପଣା ଅଂଶ ପାଇବ, ସାମଗ୍ରୀ ନିକଟରେ ରହିବା ଲୋକ ସେପରି ଅଂଶ ପାଇବ, ସେମାନେ ସମାନ ଅଂଶ ପାଇବେ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.