ପ୍ରଥମ ଶାମୁୟେଲ 30

ପୁଣି, ଏ ବିଷୟରେ ତୁମ୍ଭମାନଙ୍କର କଥା କିଏ ଶୁଣିବ? କାରଣ ଯୁଦ୍ଧକୁ ଗମନକାରୀ ଲୋକ ଯେପରି ଆପଣା ଅଂଶ ପାଇବ, ସାମଗ୍ରୀ ନିକଟରେ ରହିବା ଲୋକ ସେପରି ଅଂଶ ପାଇବ, ସେମାନେ ସମାନ ଅଂଶ ପାଇବେ।”

1 Samuel 30:24 (UKJV) For who will hearken unto you in this matter? but as his part is that goes down to the battle, so shall his part be that tarries by the stuff: they shall part alike.

22ସେତେବେଳେ ଦାଉଦଙ୍କ ସଙ୍ଗରେ ଯେଉଁମାନେ ଯାଇଥିଲେ, ସେମାନଙ୍କ ମଧ୍ୟରୁ ଦୁଷ୍ଟ ଓ ପାପାଧମ ମନୁଷ୍ୟ ସମସ୍ତେ ଉତ୍ତର ଦେଇ କହିଲେ, “ସେମାନେ ଆମ୍ଭ ସଙ୍ଗରେ ଗଲେ ନାହିଁ, ଏଥିପାଇଁ ଆମ୍ଭେମାନେ ପ୍ରାପ୍ତ ଲୁଟଦ୍ରବ୍ୟରୁ ସେମାନଙ୍କୁ କିଛି ଦେବୁ ନାହିଁ, କେବଳ ସେମାନଙ୍କର ପ୍ରତ୍ୟେକ ଲୋକକୁ ତାହାର ଭାର୍ଯ୍ୟା ଓ ସନ୍ତାନସନ୍ତତି ଦେବୁ, ସେମାନେ ତାଙ୍କୁ ନେଇ ଚାଲିଯାଆନ୍ତୁ।”

23ଏଥିରେ ଦାଉଦ ସେମାନଙ୍କୁ କହିଲେ, “ହେ ମୋହର ଭ୍ରାତୃଗଣ, ଯେଉଁ ସଦାପ୍ରଭୁ ଆମ୍ଭମାନଙ୍କୁ ରକ୍ଷା କରି ଆମ୍ଭମାନଙ୍କ ପ୍ରତିକୂଳଗାମୀ ସୈନ୍ୟଦଳକୁ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କଲେ, ସେ ଆମ୍ଭମାନଙ୍କୁ ଯାହା ଦେଇଅଛନ୍ତି, ତାହା ନେଇ ତୁମ୍ଭମାନଙ୍କର ଏରୂପ କରିବା ଉଚିତ ନୁହେଁ।

24ପୁଣି, ଏ ବିଷୟରେ ତୁମ୍ଭମାନଙ୍କର କଥା କିଏ ଶୁଣିବ? କାରଣ ଯୁଦ୍ଧକୁ ଗମନକାରୀ ଲୋକ ଯେପରି ଆପଣା ଅଂଶ ପାଇବ, ସାମଗ୍ରୀ ନିକଟରେ ରହିବା ଲୋକ ସେପରି ଅଂଶ ପାଇବ, ସେମାନେ ସମାନ ଅଂଶ ପାଇବେ।”

25ପୁଣି, ଦାଉଦ ସେହି ଦିନାବଧି ଇସ୍ରାଏଲ ନିମନ୍ତେ ଏହି ବିଧି ଓ ଶାସନ ସ୍ଥିର କଲେ, ତାହା ଆଜି ପର୍ଯ୍ୟନ୍ତ ଚଳୁଅଛି।

26ଏଉତ୍ତାରେ ଦାଉଦ ସିକ୍ଲଗ୍‍ରେ ଉପସ୍ଥିତ ହୁଅନ୍ତେ, ସେ ବେଥେଲ୍‍ ଓ ଦକ୍ଷିଣାଞ୍ଚଳସ୍ଥ ରାମତ୍‍ ଓ ଯତ୍ତୀର

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.