ପ୍ରଥମ ଶାମୁୟେଲ 30

ପୁଣି, ଦାଉଦ ଓ ତାଙ୍କର ଲୋକମାନେ ନଗରରେ ଉପସ୍ଥିତ ହୁଅନ୍ତେ, ଦେଖ, ନଗର ଅଗ୍ନିରେ ଦଗ୍ଧ ଓ ସେମାନଙ୍କ ଭାର୍ଯ୍ୟା, ପୁତ୍ର ଓ କନ୍ୟାଗଣ ବନ୍ଦୀ ରୂପେ ନୀତ ହୋଇଅଛନ୍ତି।

1 Samuel 30:3 (UKJV) So David and his men came to the city, and, behold, it was burned with fire; and their wives, and their sons, and their daughters, were taken captives.

1ଏଉତ୍ତାରେ ଦାଉଦ ଓ ତାଙ୍କର ଲୋକମାନେ ତୃତୀୟ ଦିନରେ ସିକ୍ଲଗ୍‍ ନଗରରେ ଉପସ୍ଥିତ ହେଲେ, ସେସମୟକୁ ଅମାଲେକୀୟ ଲୋକମାନେ ଦକ୍ଷିଣାଞ୍ଚଳ ଓ ସିକ୍ଲଗ୍‍ ଆକ୍ରମଣ କରିଥିଲେ ଓ ସିକ୍ଲଗ୍‍କୁ ଆଘାତ କରି ଅଗ୍ନିରେ ଦଗ୍ଧ କରିଥିଲେ।

2ପୁଣି, ତନ୍ମଧ୍ୟସ୍ଥିତ ସ୍ତ୍ରୀମାନଙ୍କୁ ଓ ସାନ ବଡ଼ ସମସ୍ତଙ୍କୁ ବନ୍ଦୀ କରି ନେଇ ଯାଇଥିଲେ; ସେମାନେ କାହାକୁ ବଧ ନ କରି ସମସ୍ତଙ୍କୁ ନେଇ ଆପଣା ପଥରେ ଚାଲି ଯାଇଥିଲେ।

3ପୁଣି, ଦାଉଦ ଓ ତାଙ୍କର ଲୋକମାନେ ନଗରରେ ଉପସ୍ଥିତ ହୁଅନ୍ତେ, ଦେଖ, ନଗର ଅଗ୍ନିରେ ଦଗ୍ଧ ଓ ସେମାନଙ୍କ ଭାର୍ଯ୍ୟା, ପୁତ୍ର ଓ କନ୍ୟାଗଣ ବନ୍ଦୀ ରୂପେ ନୀତ ହୋଇଅଛନ୍ତି।

4ତହୁଁ ଦାଉଦ ଓ ତାଙ୍କର ସଙ୍ଗୀ ଲୋକମାନେ ଆପଣା ଆପଣା ରବ ଉଠାଇ ରୋଦନ କଲେ, ଏପରି କି ଆଉ ରୋଦନ କରିବାକୁ ସେମାନଙ୍କଠାରେ କିଛି ବଳ ରହିଲା ନାହିଁ।

5ପୁଣି, ଯିଷ୍ରିୟେଲୀୟା ଅହୀନୋୟମ୍‍ ଓ କର୍ମିଲୀୟ ନାବଲର ଭାର୍ଯ୍ୟା ଅବୀଗଲ ନାମ୍ନୀ ଦାଉଦଙ୍କର ଦୁଇ ଭାର୍ଯ୍ୟା ବନ୍ଦୀ ହୋଇଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.