3ପୁଣି, ଦାଉଦ ଓ ତାଙ୍କର ଲୋକମାନେ ନଗରରେ ଉପସ୍ଥିତ ହୁଅନ୍ତେ, ଦେଖ, ନଗର ଅଗ୍ନିରେ ଦଗ୍ଧ ଓ ସେମାନଙ୍କ ଭାର୍ଯ୍ୟା, ପୁତ୍ର ଓ କନ୍ୟାଗଣ ବନ୍ଦୀ ରୂପେ ନୀତ ହୋଇଅଛନ୍ତି।
4ତହୁଁ ଦାଉଦ ଓ ତାଙ୍କର ସଙ୍ଗୀ ଲୋକମାନେ ଆପଣା ଆପଣା ରବ ଉଠାଇ ରୋଦନ କଲେ, ଏପରି କି ଆଉ ରୋଦନ କରିବାକୁ ସେମାନଙ୍କଠାରେ କିଛି ବଳ ରହିଲା ନାହିଁ।
5ପୁଣି, ଯିଷ୍ରିୟେଲୀୟା ଅହୀନୋୟମ୍ ଓ କର୍ମିଲୀୟ ନାବଲର ଭାର୍ଯ୍ୟା ଅବୀଗଲ ନାମ୍ନୀ ଦାଉଦଙ୍କର ଦୁଇ ଭାର୍ଯ୍ୟା ବନ୍ଦୀ ହୋଇଥିଲେ।
6ଏଥିରେ ଦାଉଦ ଅତିଶୟ ଉଦ୍ବିଗ୍ନ ହେଲେ; କାରଣ ପ୍ରତ୍ୟେକ ଲୋକର ମନ ଆପଣା ଆପଣା ପୁତ୍ରକନ୍ୟା ସକାଶୁ ବିରକ୍ତ ହେବାରୁ ଲୋକମାନେ ତାଙ୍କୁ ପଥରରେ ମାରିବାକୁ କହିଲେ; ମାତ୍ର, ଦାଉଦ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କଠାରେ ଆପଣାକୁ ସବଳ କଲେ।
7ଏଉତ୍ତାରେ ଦାଉଦ ଅହୀମେଲକ୍ର ପୁତ୍ର ଅବୀୟାଥର ଯାଜକକୁ କହିଲେ, “ମୋʼ କତିକି ଟିକିଏ ଏଫୋଦ ଆଣିଲ।” ତହିଁରେ ଅବୀୟାଥର ଦାଉଦଙ୍କ ନିକଟକୁ ଏଫୋଦ ଆଣିଲା।