ପ୍ରଥମ ଶାମୁୟେଲ 30

ଏଥିରେ ଦାଉଦ ଅତିଶୟ ଉଦ୍‍ବିଗ୍ନ ହେଲେ; କାରଣ ପ୍ରତ୍ୟେକ ଲୋକର ମନ ଆପଣା ଆପଣା ପୁତ୍ରକନ୍ୟା ସକାଶୁ ବିରକ୍ତ ହେବାରୁ ଲୋକମାନେ ତାଙ୍କୁ ପଥରରେ ମାରିବାକୁ କହିଲେ; ମାତ୍ର, ଦାଉଦ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କଠାରେ ଆପଣାକୁ ସବଳ କଲେ।

1 Samuel 30:6 (UKJV) And David was greatly distressed; for the people spoke of stoning him, because the soul of all the people was grieved, every man for his sons and for his daughters: but David encouraged himself in the LORD his God.

4ତହୁଁ ଦାଉଦ ଓ ତାଙ୍କର ସଙ୍ଗୀ ଲୋକମାନେ ଆପଣା ଆପଣା ରବ ଉଠାଇ ରୋଦନ କଲେ, ଏପରି କି ଆଉ ରୋଦନ କରିବାକୁ ସେମାନଙ୍କଠାରେ କିଛି ବଳ ରହିଲା ନାହିଁ।

5ପୁଣି, ଯିଷ୍ରିୟେଲୀୟା ଅହୀନୋୟମ୍‍ ଓ କର୍ମିଲୀୟ ନାବଲର ଭାର୍ଯ୍ୟା ଅବୀଗଲ ନାମ୍ନୀ ଦାଉଦଙ୍କର ଦୁଇ ଭାର୍ଯ୍ୟା ବନ୍ଦୀ ହୋଇଥିଲେ।

6ଏଥିରେ ଦାଉଦ ଅତିଶୟ ଉଦ୍‍ବିଗ୍ନ ହେଲେ; କାରଣ ପ୍ରତ୍ୟେକ ଲୋକର ମନ ଆପଣା ଆପଣା ପୁତ୍ରକନ୍ୟା ସକାଶୁ ବିରକ୍ତ ହେବାରୁ ଲୋକମାନେ ତାଙ୍କୁ ପଥରରେ ମାରିବାକୁ କହିଲେ; ମାତ୍ର, ଦାଉଦ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କଠାରେ ଆପଣାକୁ ସବଳ କଲେ।

7ଏଉତ୍ତାରେ ଦାଉଦ ଅହୀମେଲକ୍‍ର ପୁତ୍ର ଅବୀୟାଥର ଯାଜକକୁ କହିଲେ, “ମୋʼ କତିକି ଟିକିଏ ଏଫୋଦ ଆଣିଲ।” ତହିଁରେ ଅବୀୟାଥର ଦାଉଦଙ୍କ ନିକଟକୁ ଏଫୋଦ ଆଣିଲା।

8ସେତେବେଳେ ଦାଉଦ ସଦାପ୍ରଭୁଙ୍କ ନିକଟରେ ପଚାରି କହିଲେ, “ମୁଁ ଏହି ସୈନ୍ୟଦଳର ପଛେ ପଛେ ଗୋଡ଼ାଇଲେ କି ସେମାନଙ୍କର ସଙ୍ଗ ଧରି ପାରିବି?” ତହିଁରେ ସେ ତାଙ୍କୁ କହିଲେ, “ପଛେ ପଛେ ଯାଅ; କାରଣ ତୁମ୍ଭେ ନିଶ୍ଚୟ ସେମାନଙ୍କର ସଙ୍ଗ ଧରିବ ଓ ବିଫଳ ନ ହୋଇ ସମସ୍ତଙ୍କୁ ଉଦ୍ଧାର କରିବ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.