ପ୍ରଥମ ଶାମୁୟେଲ 31

ପୁଣି, ସେମାନେ ତାଙ୍କର ସଜ୍ଜା ଅଷ୍ଟାରୋତ୍‍ ଦେବୀ ଗୃହରେ ରଖିଲେ ଓ ତାଙ୍କର ଶରୀରକୁ ବେଥ୍-ଶାନ ପ୍ରାଚୀରରେ ଟାଙ୍ଗି ଦେଲେ।

1 Samuel 31:10 (UKJV) And they put his armour in the house of Ashtaroth: and they fastened his body to the wall of Bethshan.

8ଏଥିଉତ୍ତାରେ ପର ଦିବସ ପଲେଷ୍ଟୀୟମାନେ ହତ ଲୋକମାନଙ୍କ ସଜ୍ଜାଦି ଫିଟାଇ ନେବା ପାଇଁ ଆସନ୍ତେ, ସେମାନେ ଶାଉଲଙ୍କୁ ଓ ତାଙ୍କର ତିନି ପୁତ୍ରଙ୍କୁ ଗିଲ୍‍ବୋୟ ପର୍ବତରେ ପଡ଼ିଥିବାର ଦେଖିଲେ।

9ତହୁଁ ସେମାନେ ତାଙ୍କର ମସ୍ତକ ଛେଦନ କରି ତାଙ୍କର ସଜ୍ଜାଦି ଫିଟାଇ ନେଲେ, ଆଉ ଆପଣାମାନଙ୍କ ଦେବପ୍ରତିମାଗଣର ଗୃହକୁ ଓ ଲୋକମାନଙ୍କ ନିକଟକୁ ସମ୍ବାଦ ଦେବା ପାଇଁ ପଲେଷ୍ଟୀୟମାନଙ୍କ ଦେଶର ଚାରିଆଡ଼େ ପଠାଇଲେ।

10ପୁଣି, ସେମାନେ ତାଙ୍କର ସଜ୍ଜା ଅଷ୍ଟାରୋତ୍‍ ଦେବୀ ଗୃହରେ ରଖିଲେ ଓ ତାଙ୍କର ଶରୀରକୁ ବେଥ୍-ଶାନ ପ୍ରାଚୀରରେ ଟାଙ୍ଗି ଦେଲେ।

11ଏଉତ୍ତାରେ ଯାବେଶ-ଗିଲୀୟଦ ନିବାସୀମାନେ ଶାଉଲଙ୍କ ପ୍ରତି ପଲେଷ୍ଟୀୟମାନଙ୍କ କୃତ କର୍ମର ସମ୍ବାଦ ପାଆନ୍ତେ,

12ସମସ୍ତ ବିକ୍ରମଶାଳୀ ଲୋକ ଉଠି ସେହି ରାତ୍ରିସାରା ଗମନ କରି ଶାଉଲଙ୍କର ଓ ତାଙ୍କର ପୁତ୍ରମାନଙ୍କ ଶରୀର ବେଥ୍-ଶାନ ପ୍ରାଚୀରରୁ ଯାବେଶକୁ ନେଇ ସେଠାରେ ସେସବୁ ଦଗ୍ଧ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.