ପ୍ରଥମ ଶାମୁୟେଲ 31

ତହିଁରେ ଶାଉଲ ଆପଣା ଅସ୍ତ୍ରବାହକକୁ କହିଲେ, “ତୁମ୍ଭ ଖଡ୍ଗ ବାହାର କରି ତହିଁରେ ମୋତେ ଭୁସି ପକାଅ;” କେଜାଣି ଏହି ଅସୁନ୍ନତମାନେ ଆସି ମୋତେ ଭୁସି ପକାଇ କୌତୁକ କରିବେ। ମାତ୍ର ତାଙ୍କର ଅସ୍ତ୍ରବାହକ ଅତିଶୟ ଭୀତ ହେବାରୁ ସମ୍ମତ ହେଲା ନାହିଁ। ଏହେତୁ ଶାଉଲ ଖଡ୍ଗ ନେଇ ଆପେ ତହିଁ ଉପରେ ପଡ଼ିଲେ।

1 Samuel 31:4 (UKJV) Then said Saul unto his armour bearer, Draw your sword, and thrust me through therewith; lest these uncircumcised come and thrust me through, and abuse me. But his armour bearer would not; for he was sore afraid. Therefore Saul took a sword, and fell upon it.

2ଆଉ ପଲେଷ୍ଟୀୟମାନେ ଶାଉଲ ଓ ତାଙ୍କର ପୁତ୍ରମାନଙ୍କ ପଛେ ପଛେ ଲାଗି ଗୋଡ଼ାଇଲେ ଓ ପଲେଷ୍ଟୀୟମାନେ ଶାଉଲଙ୍କର ପୁତ୍ର ଯୋନାଥନକୁ ଓ ଅବୀନାଦବକୁ ଓ ମଲ୍‍କୀଶୂୟକୁ ବଧ କଲେ।

3ଏହିରୂପେ ଶାଉଲଙ୍କ ସଙ୍ଗରେ ଭାରୀ ଯୁଦ୍ଧ ହେଲା ଓ ଧନୁର୍ଦ୍ଧରମାନେ ତାଙ୍କୁ ଧରିଲେ; ଆଉ ଧନୁର୍ଦ୍ଧରମାନଙ୍କ ସକାଶୁ ସେ ଅତିଶୟ ଆହତ ହେଲେ।

4ତହିଁରେ ଶାଉଲ ଆପଣା ଅସ୍ତ୍ରବାହକକୁ କହିଲେ, “ତୁମ୍ଭ ଖଡ୍ଗ ବାହାର କରି ତହିଁରେ ମୋତେ ଭୁସି ପକାଅ;” କେଜାଣି ଏହି ଅସୁନ୍ନତମାନେ ଆସି ମୋତେ ଭୁସି ପକାଇ କୌତୁକ କରିବେ। ମାତ୍ର ତାଙ୍କର ଅସ୍ତ୍ରବାହକ ଅତିଶୟ ଭୀତ ହେବାରୁ ସମ୍ମତ ହେଲା ନାହିଁ। ଏହେତୁ ଶାଉଲ ଖଡ୍ଗ ନେଇ ଆପେ ତହିଁ ଉପରେ ପଡ଼ିଲେ।

5ତହିଁରେ ଶାଉଲ ମରିଅଛନ୍ତି, ଏହା ଦେଖି ତାଙ୍କ ଅସ୍ତ୍ରବାହକ ସେହିପରି ଆପଣା ଖଡ୍ଗ ଉପରେ ପଡ଼ି ତାଙ୍କ ସଙ୍ଗରେ ମଲା।

6ଏହିରୂପେ ଶାଉଲ ଓ ତାଙ୍କର ତିନି ପୁତ୍ର ଓ ତାଙ୍କର ଅସ୍ତ୍ରବାହକ ଓ ତାଙ୍କର ନିଜ ଲୋକ ସମସ୍ତେ ସେହି ଦିନ ଏକସଙ୍ଗରେ ମଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.