3ଏହିରୂପେ ଶାଉଲଙ୍କ ସଙ୍ଗରେ ଭାରୀ ଯୁଦ୍ଧ ହେଲା ଓ ଧନୁର୍ଦ୍ଧରମାନେ ତାଙ୍କୁ ଧରିଲେ; ଆଉ ଧନୁର୍ଦ୍ଧରମାନଙ୍କ ସକାଶୁ ସେ ଅତିଶୟ ଆହତ ହେଲେ।
4ତହିଁରେ ଶାଉଲ ଆପଣା ଅସ୍ତ୍ରବାହକକୁ କହିଲେ, “ତୁମ୍ଭ ଖଡ୍ଗ ବାହାର କରି ତହିଁରେ ମୋତେ ଭୁସି ପକାଅ;” କେଜାଣି ଏହି ଅସୁନ୍ନତମାନେ ଆସି ମୋତେ ଭୁସି ପକାଇ କୌତୁକ କରିବେ। ମାତ୍ର ତାଙ୍କର ଅସ୍ତ୍ରବାହକ ଅତିଶୟ ଭୀତ ହେବାରୁ ସମ୍ମତ ହେଲା ନାହିଁ। ଏହେତୁ ଶାଉଲ ଖଡ୍ଗ ନେଇ ଆପେ ତହିଁ ଉପରେ ପଡ଼ିଲେ।
5ତହିଁରେ ଶାଉଲ ମରିଅଛନ୍ତି, ଏହା ଦେଖି ତାଙ୍କ ଅସ୍ତ୍ରବାହକ ସେହିପରି ଆପଣା ଖଡ୍ଗ ଉପରେ ପଡ଼ି ତାଙ୍କ ସଙ୍ଗରେ ମଲା।
6ଏହିରୂପେ ଶାଉଲ ଓ ତାଙ୍କର ତିନି ପୁତ୍ର ଓ ତାଙ୍କର ଅସ୍ତ୍ରବାହକ ଓ ତାଙ୍କର ନିଜ ଲୋକ ସମସ୍ତେ ସେହି ଦିନ ଏକସଙ୍ଗରେ ମଲେ।
7ଏଉତ୍ତାରେ ଇସ୍ରାଏଲ ଲୋକମାନେ ପଳାଇଲେ, ଆଉ ଶାଉଲ ଓ ତାଙ୍କର ପୁତ୍ରମାନେ ମଲେ, ଏହା ଦେଖି ତଳଭୂମିର ଅନ୍ୟ ପାର୍ଶ୍ୱସ୍ଥ ଓ ଯର୍ଦ୍ଦନ ସେପାରିସ୍ଥ ଇସ୍ରାଏଲ ଲୋକମାନେ ନଗର ପରିତ୍ୟାଗ କରି ପଳାଇଲେ; ତହୁଁ ପଲେଷ୍ଟୀୟମାନେ ଆସି ତହିଁ ମଧ୍ୟରେ ବାସ କଲେ।