7ଏଉତ୍ତାରେ ଇସ୍ରାଏଲ ଲୋକମାନେ ପଳାଇଲେ, ଆଉ ଶାଉଲ ଓ ତାଙ୍କର ପୁତ୍ରମାନେ ମଲେ, ଏହା ଦେଖି ତଳଭୂମିର ଅନ୍ୟ ପାର୍ଶ୍ୱସ୍ଥ ଓ ଯର୍ଦ୍ଦନ ସେପାରିସ୍ଥ ଇସ୍ରାଏଲ ଲୋକମାନେ ନଗର ପରିତ୍ୟାଗ କରି ପଳାଇଲେ; ତହୁଁ ପଲେଷ୍ଟୀୟମାନେ ଆସି ତହିଁ ମଧ୍ୟରେ ବାସ କଲେ।
8ଏଥିଉତ୍ତାରେ ପର ଦିବସ ପଲେଷ୍ଟୀୟମାନେ ହତ ଲୋକମାନଙ୍କ ସଜ୍ଜାଦି ଫିଟାଇ ନେବା ପାଇଁ ଆସନ୍ତେ, ସେମାନେ ଶାଉଲଙ୍କୁ ଓ ତାଙ୍କର ତିନି ପୁତ୍ରଙ୍କୁ ଗିଲ୍ବୋୟ ପର୍ବତରେ ପଡ଼ିଥିବାର ଦେଖିଲେ।
9ତହୁଁ ସେମାନେ ତାଙ୍କର ମସ୍ତକ ଛେଦନ କରି ତାଙ୍କର ସଜ୍ଜାଦି ଫିଟାଇ ନେଲେ, ଆଉ ଆପଣାମାନଙ୍କ ଦେବପ୍ରତିମାଗଣର ଗୃହକୁ ଓ ଲୋକମାନଙ୍କ ନିକଟକୁ ସମ୍ବାଦ ଦେବା ପାଇଁ ପଲେଷ୍ଟୀୟମାନଙ୍କ ଦେଶର ଚାରିଆଡ଼େ ପଠାଇଲେ।
10ପୁଣି, ସେମାନେ ତାଙ୍କର ସଜ୍ଜା ଅଷ୍ଟାରୋତ୍ ଦେବୀ ଗୃହରେ ରଖିଲେ ଓ ତାଙ୍କର ଶରୀରକୁ ବେଥ୍-ଶାନ ପ୍ରାଚୀରରେ ଟାଙ୍ଗି ଦେଲେ।
11ଏଉତ୍ତାରେ ଯାବେଶ-ଗିଲୀୟଦ ନିବାସୀମାନେ ଶାଉଲଙ୍କ ପ୍ରତି ପଲେଷ୍ଟୀୟମାନଙ୍କ କୃତ କର୍ମର ସମ୍ବାଦ ପାଆନ୍ତେ,