10ତହିଁରେ ପଲେଷ୍ଟୀୟମାନେ ଯୁଦ୍ଧ କଲେ ଓ ଇସ୍ରାଏଲ ପରାସ୍ତ ହୋଇ ପ୍ରତ୍ୟେକେ ଆପଣା ଆପଣା ତମ୍ବୁକୁ ପଳାଇଲେ; ସେତେବେଳେ ଅତି ମହାସଂହାର ହେଲା; କାରଣ ଇସ୍ରାଏଲ ମଧ୍ୟରୁ ତିରିଶ ହଜାର ପଦାତିକ ମାରା ପଡ଼ିଲେ।
11ପୁଣି, ପରମେଶ୍ୱରଙ୍କ ସିନ୍ଦୁକ ଧରାପଡ଼ିଲା; ଆଉ ଏଲିଙ୍କର ଦୁଇ ପୁତ୍ର ହଫ୍ନି ଓ ପୀନହସ୍ ହତ ହେଲେ।
12ପୁଣି, ସୈନ୍ୟ ମଧ୍ୟରୁ ବିନ୍ୟାମୀନୀୟ ଜଣେ ଲୋକ ଦୌଡ଼ିଲା, ପୁଣି, ସେ ଆପଣା ବସ୍ତ୍ର ଚିରି ମସ୍ତକରେ ମାଟି ଦେଇ ସେହି ଦିନ ଶୀଲୋରେ ଉପସ୍ଥିତ ହେଲା।
13ପୁଣି, ସେ ଉପସ୍ଥିତ ହେବା ସମୟରେ, ଦେଖ, ଏଲି ବାଟ ପାଖରେ ଅପେକ୍ଷା କରି ଆପଣା ଆସନରେ ବସି ରହିଅଛନ୍ତି; କାରଣ ପରମେଶ୍ୱରଙ୍କ ସିନ୍ଦୁକ ନିମନ୍ତେ ତାଙ୍କର ଅନ୍ତଃକରଣ କମ୍ପିତ ହେଉଥିଲା। ଏଥିରେ ସେହି ଲୋକ ନଗରକୁ ଆସି ସମ୍ବାଦ ଦିଅନ୍ତେ, ନଗରଯାକ କାନ୍ଦି ଉଠିଲେ।
14ପୁଣି, ଏଲି ସେହି କ୍ରନ୍ଦନ ଶବ୍ଦ ଶୁଣି କହିଲେ, “ଏହି କୋଳାହଳ ଶବ୍ଦର ଅଭିପ୍ରାୟ କଅଣ?” ତହୁଁ ସେହି ଲୋକ ଶୀଘ୍ର ଆସି ଏଲିଙ୍କୁ ସମ୍ବାଦ ଦେଲା।