13ପୁଣି, ସେ ଉପସ୍ଥିତ ହେବା ସମୟରେ, ଦେଖ, ଏଲି ବାଟ ପାଖରେ ଅପେକ୍ଷା କରି ଆପଣା ଆସନରେ ବସି ରହିଅଛନ୍ତି; କାରଣ ପରମେଶ୍ୱରଙ୍କ ସିନ୍ଦୁକ ନିମନ୍ତେ ତାଙ୍କର ଅନ୍ତଃକରଣ କମ୍ପିତ ହେଉଥିଲା। ଏଥିରେ ସେହି ଲୋକ ନଗରକୁ ଆସି ସମ୍ବାଦ ଦିଅନ୍ତେ, ନଗରଯାକ କାନ୍ଦି ଉଠିଲେ।
14ପୁଣି, ଏଲି ସେହି କ୍ରନ୍ଦନ ଶବ୍ଦ ଶୁଣି କହିଲେ, “ଏହି କୋଳାହଳ ଶବ୍ଦର ଅଭିପ୍ରାୟ କଅଣ?” ତହୁଁ ସେହି ଲୋକ ଶୀଘ୍ର ଆସି ଏଲିଙ୍କୁ ସମ୍ବାଦ ଦେଲା।
15ସେସମୟରେ ଏଲି ଅଠାନବେ ବର୍ଷ ବୟସ୍କ ଥିଲେ ଓ ତାଙ୍କର ଚକ୍ଷୁ ସ୍ତବ୍ଧ ହେବାରୁ ସେ ଦେଖି ପାରିଲେ ନାହିଁ।
16ପୁଣି, ସେହି ମନୁଷ୍ୟ ଏଲିଙ୍କୁ କହିଲା, “ଆମ୍ଭେ ସୈନ୍ୟ ମଧ୍ୟରୁ ଆଗତ ଲୋକ ଓ ଆମ୍ଭେ ଆଜି ସୈନ୍ୟ ମଧ୍ୟରୁ ପଳାଇ ଆସିଲୁ।” ତହିଁରେ ସେ କହିଲେ, “ହେ ପୁତ୍ର, କି କଥା ହେଲା?”
17ତହୁଁ ସମାଚାର ଆଣିବା ଲୋକ ଉତ୍ତର କରି କହିଲା, “ଇସ୍ରାଏଲ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ପଳାଇଲେ ଓ ଲୋକମାନଙ୍କ ମଧ୍ୟରେ ମହାସଂହାର ହେଲା; ମଧ୍ୟ ତୁମ୍ଭର ଦୁଇ ପୁତ୍ର ହଫ୍ନି ଓ ପୀନହସ୍ ମଲେ, ପୁଣି, ପରମେଶ୍ୱରଙ୍କ ସିନ୍ଦୁକ ଧରାଗଲା।”