15ସେସମୟରେ ଏଲି ଅଠାନବେ ବର୍ଷ ବୟସ୍କ ଥିଲେ ଓ ତାଙ୍କର ଚକ୍ଷୁ ସ୍ତବ୍ଧ ହେବାରୁ ସେ ଦେଖି ପାରିଲେ ନାହିଁ।
16ପୁଣି, ସେହି ମନୁଷ୍ୟ ଏଲିଙ୍କୁ କହିଲା, “ଆମ୍ଭେ ସୈନ୍ୟ ମଧ୍ୟରୁ ଆଗତ ଲୋକ ଓ ଆମ୍ଭେ ଆଜି ସୈନ୍ୟ ମଧ୍ୟରୁ ପଳାଇ ଆସିଲୁ।” ତହିଁରେ ସେ କହିଲେ, “ହେ ପୁତ୍ର, କି କଥା ହେଲା?”
17ତହୁଁ ସମାଚାର ଆଣିବା ଲୋକ ଉତ୍ତର କରି କହିଲା, “ଇସ୍ରାଏଲ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ପଳାଇଲେ ଓ ଲୋକମାନଙ୍କ ମଧ୍ୟରେ ମହାସଂହାର ହେଲା; ମଧ୍ୟ ତୁମ୍ଭର ଦୁଇ ପୁତ୍ର ହଫ୍ନି ଓ ପୀନହସ୍ ମଲେ, ପୁଣି, ପରମେଶ୍ୱରଙ୍କ ସିନ୍ଦୁକ ଧରାଗଲା।”
18ଆଉ ସେ ପରମେଶ୍ୱରଙ୍କ ସିନ୍ଦୁକ ବିଷୟ କହିବା କ୍ଷଣେ ଏପରି ଘଟିଲା ଯେ, ଏଲି ଦ୍ୱାର ପାଖରେ ଆପଣା ଆସନରୁ ପଛଆଡ଼େ ପଡ଼ିଗଲେ, ତହୁଁ ତାଙ୍କର ବେକ ଭାଙ୍ଗିଯାଇ ସେ ମଲେ; କାରଣ ସେ ବୃଦ୍ଧ ଲୋକ ଓ ଭାରୀ ଥିଲେ। ସେ ଚାଳିଶ ବର୍ଷ ଇସ୍ରାଏଲର ବିଚାର କଲେ।
19ସେସମୟରେ ତାଙ୍କର ପୁତ୍ରବଧୂ ପୀନହସ୍ର ଭାର୍ଯ୍ୟା ଗର୍ଭବତୀ, ପ୍ରସବକାଳ ନିକଟ ଥିଲା; ଏଣୁ ପରମେଶ୍ୱରଙ୍କ ସିନ୍ଦୁକ ଧରାଗଲା, ଆଉ ତାହାର ଶ୍ୱଶୁର ଓ ସ୍ୱାମୀ ମଲେ; ଏହି ସମ୍ବାଦ ଶୁଣିବାମାତ୍ରେ ସେ ଆଣ୍ଠୋଇପଡ଼ି ପ୍ରସବ କଲା; କାରଣ ସେହିକ୍ଷଣି ତାହାର ବେଦନା ଉପସ୍ଥିତ ହେଲା।