ପ୍ରଥମ ଶାମୁୟେଲ 4

ଆଉ ସେ ପରମେଶ୍ୱରଙ୍କ ସିନ୍ଦୁକ ବିଷୟ କହିବା କ୍ଷଣେ ଏପରି ଘଟିଲା ଯେ, ଏଲି ଦ୍ୱାର ପାଖରେ ଆପଣା ଆସନରୁ ପଛଆଡ଼େ ପଡ଼ିଗଲେ, ତହୁଁ ତାଙ୍କର ବେକ ଭାଙ୍ଗିଯାଇ ସେ ମଲେ; କାରଣ ସେ ବୃଦ୍ଧ ଲୋକ ଓ ଭାରୀ ଥିଲେ। ସେ ଚାଳିଶ ବର୍ଷ ଇସ୍ରାଏଲର ବିଚାର କଲେ।

1 Samuel 4:18 (UKJV) And it came to pass, when he made mention of the ark of God, that he fell from off the seat backward by the side of the gate, and his neck brake, and he died: for he was an old man, and heavy. And he had judged Israel forty years.

16ପୁଣି, ସେହି ମନୁଷ୍ୟ ଏଲିଙ୍କୁ କହିଲା, “ଆମ୍ଭେ ସୈନ୍ୟ ମଧ୍ୟରୁ ଆଗତ ଲୋକ ଓ ଆମ୍ଭେ ଆଜି ସୈନ୍ୟ ମଧ୍ୟରୁ ପଳାଇ ଆସିଲୁ।” ତହିଁରେ ସେ କହିଲେ, “ହେ ପୁତ୍ର, କି କଥା ହେଲା?”

17ତହୁଁ ସମାଚାର ଆଣିବା ଲୋକ ଉତ୍ତର କରି କହିଲା, “ଇସ୍ରାଏଲ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ପଳାଇଲେ ଓ ଲୋକମାନଙ୍କ ମଧ୍ୟରେ ମହାସଂହାର ହେଲା; ମଧ୍ୟ ତୁମ୍ଭର ଦୁଇ ପୁତ୍ର ହଫ୍ନି ଓ ପୀନହସ୍‍ ମଲେ, ପୁଣି, ପରମେଶ୍ୱରଙ୍କ ସିନ୍ଦୁକ ଧରାଗଲା।”

18ଆଉ ସେ ପରମେଶ୍ୱରଙ୍କ ସିନ୍ଦୁକ ବିଷୟ କହିବା କ୍ଷଣେ ଏପରି ଘଟିଲା ଯେ, ଏଲି ଦ୍ୱାର ପାଖରେ ଆପଣା ଆସନରୁ ପଛଆଡ଼େ ପଡ଼ିଗଲେ, ତହୁଁ ତାଙ୍କର ବେକ ଭାଙ୍ଗିଯାଇ ସେ ମଲେ; କାରଣ ସେ ବୃଦ୍ଧ ଲୋକ ଓ ଭାରୀ ଥିଲେ। ସେ ଚାଳିଶ ବର୍ଷ ଇସ୍ରାଏଲର ବିଚାର କଲେ।

19ସେସମୟରେ ତାଙ୍କର ପୁତ୍ରବଧୂ ପୀନହସ୍‍ର ଭାର୍ଯ୍ୟା ଗର୍ଭବତୀ, ପ୍ରସବକାଳ ନିକଟ ଥିଲା; ଏଣୁ ପରମେଶ୍ୱରଙ୍କ ସିନ୍ଦୁକ ଧରାଗଲା, ଆଉ ତାହାର ଶ୍ୱଶୁର ଓ ସ୍ୱାମୀ ମଲେ; ଏହି ସମ୍ବାଦ ଶୁଣିବାମାତ୍ରେ ସେ ଆଣ୍ଠୋଇପଡ଼ି ପ୍ରସବ କଲା; କାରଣ ସେହିକ୍ଷଣି ତାହାର ବେଦନା ଉପସ୍ଥିତ ହେଲା।

20ତହୁଁ ପ୍ରାୟ ତାହାର ମରଣ ସମୟରେ ତାହା ନିକଟରେ ଠିଆ ହୋଇଥିବା ସ୍ତ୍ରୀମାନେ ତାହାକୁ କହିଲେ, “ଭୟ କର ନାହିଁ, ତୁମ୍ଭେ ତ ପୁତ୍ର ପ୍ରସବ କରିଅଛ।” ମାତ୍ର ସେ କିଛି ଉତ୍ତର ଦେଲା ନାହିଁ, କିଅବା ତହିଁରେ ମନ ଦେଲା ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.