17ତହୁଁ ସମାଚାର ଆଣିବା ଲୋକ ଉତ୍ତର କରି କହିଲା, “ଇସ୍ରାଏଲ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ପଳାଇଲେ ଓ ଲୋକମାନଙ୍କ ମଧ୍ୟରେ ମହାସଂହାର ହେଲା; ମଧ୍ୟ ତୁମ୍ଭର ଦୁଇ ପୁତ୍ର ହଫ୍ନି ଓ ପୀନହସ୍ ମଲେ, ପୁଣି, ପରମେଶ୍ୱରଙ୍କ ସିନ୍ଦୁକ ଧରାଗଲା।”
18ଆଉ ସେ ପରମେଶ୍ୱରଙ୍କ ସିନ୍ଦୁକ ବିଷୟ କହିବା କ୍ଷଣେ ଏପରି ଘଟିଲା ଯେ, ଏଲି ଦ୍ୱାର ପାଖରେ ଆପଣା ଆସନରୁ ପଛଆଡ଼େ ପଡ଼ିଗଲେ, ତହୁଁ ତାଙ୍କର ବେକ ଭାଙ୍ଗିଯାଇ ସେ ମଲେ; କାରଣ ସେ ବୃଦ୍ଧ ଲୋକ ଓ ଭାରୀ ଥିଲେ। ସେ ଚାଳିଶ ବର୍ଷ ଇସ୍ରାଏଲର ବିଚାର କଲେ।
19ସେସମୟରେ ତାଙ୍କର ପୁତ୍ରବଧୂ ପୀନହସ୍ର ଭାର୍ଯ୍ୟା ଗର୍ଭବତୀ, ପ୍ରସବକାଳ ନିକଟ ଥିଲା; ଏଣୁ ପରମେଶ୍ୱରଙ୍କ ସିନ୍ଦୁକ ଧରାଗଲା, ଆଉ ତାହାର ଶ୍ୱଶୁର ଓ ସ୍ୱାମୀ ମଲେ; ଏହି ସମ୍ବାଦ ଶୁଣିବାମାତ୍ରେ ସେ ଆଣ୍ଠୋଇପଡ଼ି ପ୍ରସବ କଲା; କାରଣ ସେହିକ୍ଷଣି ତାହାର ବେଦନା ଉପସ୍ଥିତ ହେଲା।
20ତହୁଁ ପ୍ରାୟ ତାହାର ମରଣ ସମୟରେ ତାହା ନିକଟରେ ଠିଆ ହୋଇଥିବା ସ୍ତ୍ରୀମାନେ ତାହାକୁ କହିଲେ, “ଭୟ କର ନାହିଁ, ତୁମ୍ଭେ ତ ପୁତ୍ର ପ୍ରସବ କରିଅଛ।” ମାତ୍ର ସେ କିଛି ଉତ୍ତର ଦେଲା ନାହିଁ, କିଅବା ତହିଁରେ ମନ ଦେଲା ନାହିଁ।
21ଆଉ ପରମେଶ୍ୱରଙ୍କ ସିନ୍ଦୁକ ଧରାଯିବାରୁ ଓ ତାହାର ଶ୍ୱଶୁର ଆଉ ସ୍ୱାମୀ ହେତୁରୁ “ଇସ୍ରାଏଲ ମଧ୍ୟରୁ ଗୌରବ ଚାଲିଗଲା,” ଏହା କହି ସେ ବାଳକର ନାମ ଐକାବୋଦ (ହୀନ ଗୌରବ) ରଖିଲା।