ପ୍ରଥମ ଶାମୁୟେଲ 4

ତହୁଁ ପଲେଷ୍ଟୀୟମାନେ ଇସ୍ରାଏଲ ବିରୁଦ୍ଧରେ ଆପଣାମାନଙ୍କୁ ସଜାଇଲେ; ପୁଣି, ସେମାନେ ଯୁଦ୍ଧରେ ଲାଗନ୍ତେ, ଇସ୍ରାଏଲ ପଲେଷ୍ଟୀୟମାନଙ୍କ ସମ୍ମୁଖରେ ପରାଜିତ ହେଲେ ଓ ସେମାନେ ସେହି ଯୁଦ୍ଧକ୍ଷେତ୍ରସ୍ଥ ସୈନ୍ୟ ମଧ୍ୟରୁ ଊଣାଧିକ ଚାରି ସହସ୍ର ଲୋକ ବଧ କଲେ।

1 Samuel 4:2 (UKJV) And the Philistines put themselves in array against Israel: and when they joined battle, Israel was smitten before the Philistines: and they slew of the army in the field about four thousand men.

1ଆଉ ଶାମୁୟେଲଙ୍କ କଥା ସମସ୍ତ ଇସ୍ରାଏଲ ମଧ୍ୟରେ ପ୍ରଚଳିତ ହେଲା। ଏଥିଉତ୍ତାରେ ଇସ୍ରାଏଲ ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ବାହାରି ଏବନ୍‍-ଏଜର ନିକଟରେ ଛାଉଣି ସ୍ଥାପନ କଲେ ଓ ପଲେଷ୍ଟୀୟମାନେ ଅଫେକରେ ଛାଉଣି ସ୍ଥାପନ କଲେ।

2ତହୁଁ ପଲେଷ୍ଟୀୟମାନେ ଇସ୍ରାଏଲ ବିରୁଦ୍ଧରେ ଆପଣାମାନଙ୍କୁ ସଜାଇଲେ; ପୁଣି, ସେମାନେ ଯୁଦ୍ଧରେ ଲାଗନ୍ତେ, ଇସ୍ରାଏଲ ପଲେଷ୍ଟୀୟମାନଙ୍କ ସମ୍ମୁଖରେ ପରାଜିତ ହେଲେ ଓ ସେମାନେ ସେହି ଯୁଦ୍ଧକ୍ଷେତ୍ରସ୍ଥ ସୈନ୍ୟ ମଧ୍ୟରୁ ଊଣାଧିକ ଚାରି ସହସ୍ର ଲୋକ ବଧ କଲେ।

3ତହୁଁ ଲୋକମାନେ ଛାଉଣିକୁ ଆସନ୍ତେ, ଇସ୍ରାଏଲର ପ୍ରାଚୀନବର୍ଗ କହିଲେ, “ସଦାପ୍ରଭୁ ଆଜି ପଲେଷ୍ଟୀୟମାନଙ୍କ ସମ୍ମୁଖରେ ଆମ୍ଭମାନଙ୍କୁ କାହିଁକି ପରାସ୍ତ କଲେ? ଆସ, ଯେପରି ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆମ୍ଭମାନଙ୍କ ମଧ୍ୟକୁ ଆସି ତାହା ଆମ୍ଭମାନଙ୍କ ଶତ୍ରୁଗଣ ହସ୍ତରୁ ଆମ୍ଭମାନଙ୍କୁ ରକ୍ଷା କରିବ, ଏଥିପାଇଁ ଆମ୍ଭେମାନେ ଶୀଲୋରୁ ତାହା ଆପଣାମାନଙ୍କ ନିକଟକୁ ଆଣୁ।”

4ତହିଁରେ ସେମାନେ ଶୀଲୋକୁ ଲୋକ ପଠାଇ କିରୂବମାନଙ୍କ ମଧ୍ୟରେ ଅବସ୍ଥିତ ସୈନ୍ୟାଧିପତି ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସେଠାରୁ ଆଣିଲେ; ସେତେବେଳେ ଏଲିଙ୍କର ଦୁଇ ପୁତ୍ର ହଫ୍ନି ଓ ପୀନହସ୍‍ ସେ ସ୍ଥାନରେ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ସଙ୍ଗେ ଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.