3ତହୁଁ ଲୋକମାନେ ଛାଉଣିକୁ ଆସନ୍ତେ, ଇସ୍ରାଏଲର ପ୍ରାଚୀନବର୍ଗ କହିଲେ, “ସଦାପ୍ରଭୁ ଆଜି ପଲେଷ୍ଟୀୟମାନଙ୍କ ସମ୍ମୁଖରେ ଆମ୍ଭମାନଙ୍କୁ କାହିଁକି ପରାସ୍ତ କଲେ? ଆସ, ଯେପରି ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆମ୍ଭମାନଙ୍କ ମଧ୍ୟକୁ ଆସି ତାହା ଆମ୍ଭମାନଙ୍କ ଶତ୍ରୁଗଣ ହସ୍ତରୁ ଆମ୍ଭମାନଙ୍କୁ ରକ୍ଷା କରିବ, ଏଥିପାଇଁ ଆମ୍ଭେମାନେ ଶୀଲୋରୁ ତାହା ଆପଣାମାନଙ୍କ ନିକଟକୁ ଆଣୁ।”
4ତହିଁରେ ସେମାନେ ଶୀଲୋକୁ ଲୋକ ପଠାଇ କିରୂବମାନଙ୍କ ମଧ୍ୟରେ ଅବସ୍ଥିତ ସୈନ୍ୟାଧିପତି ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସେଠାରୁ ଆଣିଲେ; ସେତେବେଳେ ଏଲିଙ୍କର ଦୁଇ ପୁତ୍ର ହଫ୍ନି ଓ ପୀନହସ୍ ସେ ସ୍ଥାନରେ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ସଙ୍ଗେ ଥିଲେ।
5ପୁଣି, ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଛାଉଣିକୁ ଆସନ୍ତେ, ସମଗ୍ର ଇସ୍ରାଏଲ ଏପରି ମହା ଜୟଧ୍ୱନିରେ ଜୟଧ୍ୱନି କଲେ ଯେ, ପୃଥିବୀ କମ୍ପିଲା।
6ତହୁଁ ପଲେଷ୍ଟୀୟମାନେ ସେହି ଜୟଧ୍ୱନି ଶୁଣି କହିଲେ, “ଏବ୍ରୀୟମାନଙ୍କ ଛାଉଣିରେ ଏହି ମହାଜୟଧ୍ୱନି ଶବ୍ଦର ଅଭିପ୍ରାୟ କଅଣ?” ଆଉ ସେମାନେ ଜାଣିଲେ ଯେ, ସଦାପ୍ରଭୁଙ୍କ ସିନ୍ଦୁକ ଛାଉଣିକୁ ଆସିଅଛି।
7ତହିଁରେ ପଲେଷ୍ଟୀୟମାନେ ଭୀତ ହୋଇ କହିଲେ, “ପରମେଶ୍ୱର ଛାଉଣିକୁ ଆସିଅଛନ୍ତି।” ଆହୁରି ସେମାନେ କହିଲେ, “ହାୟ ହାୟ! ପୂର୍ବରେ ଏପରି କେବେ ହୋଇ ନାହିଁ।