6ତହୁଁ ପଲେଷ୍ଟୀୟମାନେ ସେହି ଜୟଧ୍ୱନି ଶୁଣି କହିଲେ, “ଏବ୍ରୀୟମାନଙ୍କ ଛାଉଣିରେ ଏହି ମହାଜୟଧ୍ୱନି ଶବ୍ଦର ଅଭିପ୍ରାୟ କଅଣ?” ଆଉ ସେମାନେ ଜାଣିଲେ ଯେ, ସଦାପ୍ରଭୁଙ୍କ ସିନ୍ଦୁକ ଛାଉଣିକୁ ଆସିଅଛି।
7ତହିଁରେ ପଲେଷ୍ଟୀୟମାନେ ଭୀତ ହୋଇ କହିଲେ, “ପରମେଶ୍ୱର ଛାଉଣିକୁ ଆସିଅଛନ୍ତି।” ଆହୁରି ସେମାନେ କହିଲେ, “ହାୟ ହାୟ! ପୂର୍ବରେ ଏପରି କେବେ ହୋଇ ନାହିଁ।
8ହାୟ ହାୟ! ଏହି ବଳବାନ ଦେବଗଣ ହସ୍ତରୁ ଆମ୍ଭମାନଙ୍କୁ କିଏ ଉଦ୍ଧାର କରିବ? ଏହି ଦେବଗଣ ପ୍ରାନ୍ତରରେ ସର୍ବପ୍ରକାର ଆଘାତ ଦ୍ୱାରା ମିସରୀୟମାନଙ୍କୁ ଆଘାତ କରିଥିଲେ।
9ହେ ପଲେଷ୍ଟୀୟମାନେ, ତୁମ୍ଭେମାନେ ବଳବାନ ହୁଅ ଓ ପୁରୁଷତ୍ୱ ପ୍ରକାଶ କର, ତହିଁରେ ଏବ୍ରୀୟମାନେ ଯେପରି ତୁମ୍ଭମାନଙ୍କର ଦାସ ହୋଇଅଛନ୍ତି, ସେପରି ତୁମ୍ଭେମାନେ ସେମାନଙ୍କର ଦାସ ହେବ ନାହିଁ; ତୁମ୍ଭେମାନେ ପୁରୁଷତ୍ୱ ପ୍ରକାଶ କର ଓ ଯୁଦ୍ଧ କର।”
10ତହିଁରେ ପଲେଷ୍ଟୀୟମାନେ ଯୁଦ୍ଧ କଲେ ଓ ଇସ୍ରାଏଲ ପରାସ୍ତ ହୋଇ ପ୍ରତ୍ୟେକେ ଆପଣା ଆପଣା ତମ୍ବୁକୁ ପଳାଇଲେ; ସେତେବେଳେ ଅତି ମହାସଂହାର ହେଲା; କାରଣ ଇସ୍ରାଏଲ ମଧ୍ୟରୁ ତିରିଶ ହଜାର ପଦାତିକ ମାରା ପଡ଼ିଲେ।